ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ କରିଥିଲା। ଠିକ୍‌ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ ବନ ବିଭାଗ ହାତରେ ଧରାପଡିଛନ୍ତି। ଏହି ଘଟଣାରେ ଉଲୁଣ୍ଡା ଥାନା ସୁଲିଆ ଅଞ୍ଚଳର ଶରତ ମହାନ୍ତ(୧୯) ଓ ମନାଲି ବାରିକ(୨୫)ଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଏକ ଦେଶୀ ହାତ ତିଆରି ବନ୍ଧୁକ ଓ ପାଇପ୍‌ ଜବତ ହୋଇଛି। ଏ ସମ୍ପର୍କରେ ଉଲୁଣ୍ଡା ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଶିକାରୀ ଦ୍ୱୟଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଛି।

ସୂଚନା ଅନୁଯାୟୀ, ସିଂହାସନ ସଂରକ୍ଷିତ ଜଙ୍ଗଲରେ ହରିଣ, କୁଟ୍‌ରା ଓ ବାର୍‌ହା ଆଦି ବନ୍ୟପ୍ରାଣୀ ଅଛନ୍ତି। ସେମାନଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଶିକାରୀମାନେ ନିୟମିତ ଜଙ୍ଗଲରେ ପ୍ରବେଶ କରି ନିରୀହ ବନ୍ୟପ୍ରାଣୀଙ୍କୁ ଶିକାର କରିବା ପରେ ଜନବସତିରେ ଲୁଚାଛପାରେ ମାଂସ ବିକ୍ରି କରୁଛନ୍ତି।

ବନ ବିଭାଗର କର୍ମଚାରୀମାନେ ଶିକାରୀଙ୍କ ଗତିବିଧି ଉପରେ ନଜର ରଖିଥିଲେ। ଗୁରୁବାର ରାତିରେ ଶରତ ଓ ମନାଲି ସଂରକ୍ଷିତ ଜଙ୍ଗଲରେ ପ୍ରବେଶ କରି ବନ୍ୟପ୍ରାଣୀ ଶିକାର ପାଇଁ ଉଦ୍ୟମ କରୁଥିବା ବେଳେ ବନ ବିଭାଗର ଟିମ୍‌ ହାତରେ ଧରା ପଡିଥିଲେ। ଉଲୁଣ୍ଡା ବନକ୍ଷେତ୍ରାଧିକାରୀ ସଞ୍ଜିବ କୁମାର ରାଉତଙ୍କ ନିର୍ଦ୍ଦେଶ କ୍ରମେ ସୁଲିଆ ବନପାଳ ବିନୋଦ ବିହାରୀ ସାହୁ, ଯାଲୋଏ ବନପାଳ ପ୍ରଦୀପ କୁମାର ଜେନା, ବନରକ୍ଷୀ ରାଜୀବ ସାହୁ ଓ ଏଲିଫ୍ୟାଣ୍ଟ ସ୍କ୍ବାର୍ଡର କର୍ମଚାରୀ ଏହି ଚଢାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri