ଗୁନ ସିଂହାରୀ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୮ ଅଭିଯୁକ୍ତ ଖଲାସ

ପୁରୀ ଅଫିସ,୨୦।୧: ପୁରୀର ବହୁ ଚର୍ଚ୍ଚିତ ଭଗବାନ ମହାପାତ୍ର(ଗୁନ ସିଂହାରୀ) ହତ୍ୟା ଘଟଣାରେ ବୁଧବାର ରାୟ ପ୍ରକାଶ ପାଇଛି। ପ୍ରମାଣ ଅଭାବରୁ ମୁଖ୍ୟ ଅଭିଯୁକ୍ତ ସର୍ବେଶ୍ୱର ଆପଟ୍ଟଙ୍କ ସମେତ ୮ ଜଣଙ୍କୁ ଅତିରିକ୍ତ ଜିଲା ଦୌରା ଜଜ୍‌ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ୨୦୧୨ ଅଗଷ୍ଟ ୨୨ରେ ପୁରୀ ସହରର କାଉନସିଲର ତଥା ମହାପ୍ରଭୁ ଜଗନ୍ନାଥଙ୍କ ସେବାୟତ ତଳୁଚ୍ଛ ଭଗବାନ ମହାପାତ୍ର ଓରଫ ଗୁନ ସିଂହାରୀଙ୍କୁ ମଣିକର୍ଣ୍ଣିକାସ୍ଥିତ ପଞ୍ଚଆତି ଜାଗା ଘର ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ସହରରେ ସେ ସମୟରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଟାଉନ ଥାନା ପୋଲିସ ହତ୍ୟା ମାମଲାରେ ରୁଜୁ କରି ମୁଖ୍ୟ ଅଭିଯୁକ୍ତ ସର୍ବେଶ୍ୱର ଆପଟ୍ଟ, କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅତିରିକ୍ତ ଜିଲା ଦୌରାଜଜଙ୍କ କୋର୍ଟରେ ମାମଲା ବିଚାରାଧୀନ ଥିଲା। ବୁଧବାର ଶୁଣାଣି ସମୟରେ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ତଥ୍ୟ ପ୍ରମାଣକୁ କୋର୍ଟ ଖାରଜ କରି ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ମୁଦଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ମିଶ୍ର ଓ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ସତ୍ୟ ନାରାୟଣ ତ୍ରିପାଠୀ ମାମଲା ଲଢ଼ୁଥିଲେ। ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ଅଭିଯୁକ୍ତ ସପକ୍ଷରେ ମାମଲାର ନିଷ୍ପତ୍ତି ଯାଇଛି। ଆଇପିସି ଦଫା ୩୦୨ରେ ଏହି ମାମଲା ରୁଜୁ ହୋଇଥିବାବେଳେ ଅଭିଯୁକ୍ତଙ୍କ ବିରୋଧରେ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ ମଧ୍ୟ ରହିଥିଲା। ହେଲେ ଏହା ପ୍ରମାଣିତ ହୋଇପାରି ନ ଥିଲା। ପୋଲିସ ସଂଗ୍ରହ କରିଥିବା ତଥ୍ୟ ପ୍ରମାଣ ଆଧାରରେ ଶୁଣାଣି ହୋଇଛି, ଏହା ସନ୍ତୋଷଜନକ ବୋଲି କହିଛନ୍ତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାସ। ଅପରପକ୍ଷରେ ରାୟର ତର୍ଜମା କରାଯାଇ ଉପର କୋର୍ଟରେ ଅପିଲ କରିବୁ ବୋଲି ସରକାରୀ ଓକିଲ ତ୍ରିପାଠୀ କହିଛନ୍ତି୍ଯଯ


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri