ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ ସୋମବାର କୋର୍ଟ ଚାଲାଣ କରିଛି।
ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅଞ୍ଚଳର ମୂଳ ନିବାସୀ କ୍ଷୀତିଶ ଚନ୍ଦ୍ର ସାହୁ, ତାଙ୍କ ଭଉଣୀ ତଥା ଭୁବନେଶ୍ୱର କମିଶନରେଟ୍ ପୋଲିସ ହେଡକ୍ୱାର୍ଟରରେ କାର୍ଯ୍ୟରତ ପୋଲିସ ସବ୍-ଇନ୍ସପେକ୍ଟର ସ୍ନେହମଞ୍ଜରୀ ସାହୁ, ଭୁବନେଶ୍ୱରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ସଞ୍ଜୟ ଜେନା ଏବଂ ବଲାଙ୍ଗୀର ତୁଳସୀନଗରର ସଞ୍ଜିତ ବେହେରା।
ସୋମବାର ୪ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରିବା ପୂର୍ବରୁ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ବଲାଙ୍ଗୀର ସିଭିଲ୍ କୋର୍ଟରେ ହାଜର କରାଯାଇଥିଲା। ତେବେ କୋର୍ଟରେ ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ୪ ଜଣଙ୍କୁ ଜିଲ୍ଲା କାରାଗାରକୁ ପଠାଇ ଦିଆଯାଇଛି।
Dharitri – Odisha’s No.1 Odia Daily