ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି ହଜାର ହଜାର ଭକ୍ତ।

ଅନ୍ୟପକ୍ଷରେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ। ତେଣୁ ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଏବଂ ଏହାର ଚତୁଃପାର୍ଶ୍ୱରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ରଥ ଉପରେ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀଜିଉମାନେ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ବିଜେ କରିଥିଲେ।