ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ମାଓବାଦୀ ମୃତ

ମାଲକାନଗିର,୫।୯(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମାଓବାଦୀ ନିହତ ହେବା ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।
ସୂଚନାଯୋଗ୍ୟ, ସୁକୁମା ଜିଲା ଚିନ୍ତାଗୁଫା ଥାନା ଅନ୍ତର୍ଗତ ତାଡମେଟଲା ଓ ଦୁଲେଡ ଜଙ୍ଗଲରେ ଜଗରଗୁଣ୍ଡା ଏରିଆ କମିଟିର ୧୦ରୁ ୧୨ ଜଣ ମାଓବାଦୀ ଉପସ୍ଥିତ ଥିବା ସୂଚନା ମିଳିଥିଲା। ତେବେ ଏନେଇ ଡି.ଆର୍‌.ଜି ଓ ସିଆରପିଏଫ୍‌ ମିଳିତ ଭାବେ କମ୍ବିଂ ଅପରେସନ କରିଥିଲୋ
ଏହି ଅପରସେନରେ ମଙ୍ଗଳବାର ସକାଳ ପ୍ରାୟ ୬ ଘଟିକା ସମୟରେ ପୋଲିସ ଉପରେ ମାଓବାଦୀମାନେ ଗୁଳି ଚଳାଇଥିଲେ। ପାଲଟା ଜବାବରେ ଡିଆରଜି ଓ ସିଆରପିଏଫ୍‌ ବାହିନୀ ମଧ୍ୟ ଗୁଳି କରିଥିଲୋ ପ୍ରାୟ ୨ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ଯବାନମାନଙ୍କ ଆକ୍ରମଣର ସାମ୍ନା କରି ନ ପାରି ଜଙ୍ଗଲ ମଧ୍ୟରେ ମାଓବାଦୀ ମାନେ ଛତ୍ରଭଙ୍ଗ ଦେଇଥିଲୋ ପରେ ଯବାନମାନେ ସେହି ଅଞ୍ଚଳରେ ତଲାସି କରିବା ସମୟରେ ଦୁଇଜଣ ମାଓବାଦୀଙ୍କ ମୃତଦେହ ଠାବ କରିଥିଲେ। ପ୍ରାଥମିକ ସୂଚନା ଅନୁଯାୟୀ ଜଗରଗୁଣ୍ଡା ଏରିଆ କମିଟି ଅନ୍ତର୍ଗତ ମାଓ ମିଲିସିୟା କ୍ୟାଡର ତାଡମେଟଲା
ନିବାସୀ ସୋଡି ଦେବା ଓ ରବା ଦେବା ବୋଲି ଜଣାପଡିଛିା ଏହି ଦୁଇଜଣଙ୍କ ଉପରେ ପୂର୍ବରୁ ସରକାର ୧ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଥିଲୋ ଏଥିସହ ଜଙ୍ଗଲମଧ୍ୟରୁ ଗୋଟିଏ ୧୨ବୋର ଡବଲ ବେରେଲ ରାଇଫଲ, ଗୋଟିଏ ପିସ୍ତଲ ସହ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ ହୋଇଛି। ବର୍ତ୍ତମାନ ସୁଦ୍ଦା ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri