କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫଳରେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କନେଷ୍ଟବଲ ପ୍ରେମ ସିଂ ମାଝୀ। ତାଙ୍କୁ ପ୍ରଥମେ ଇନ୍ଦ୍ରଗଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରଯାଇଥିଲା। ଏହାପରେ ତାଙ୍କୁ ଭଞ୍ଜନଗର ମେଡ଼ିକାଲକୁ ସନ୍ଧ୍ୟାରେ ଅଣାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ସନ୍ଧ୍ୟା ୭ଟା୨୦ ମିନିଟ୍‌ ସମୟରେ ବ୍ରହ୍ମପୁର ବଡ ମେଡ଼ିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି। ଏହି ସମୟରେ ଭଞ୍ଜନଗର ଥାନା ଅଧିକାରୀ ଜିବନା ନନ୍ଦ ଜେନାଙ୍କ ନେତୃତ୍ୱରେ ମେଡ଼ିକାଲରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏଥିସହ ଆହତଙ୍କ ଚିକିତ୍ସା ବ୍ୟବସ୍ଥା କଥା ବୁଝିଥିଲେ। ଭଞ୍ଜନଗର ମେଡ଼ିକାଲରେ ଅସ୍ଥିଶଲ୍ୟ ଏବଂ ସର୍ଜରୀ ବିଶେଷଜ୍ଞ ନଥିବା ଯୋଗୁ ବ୍ରହ୍ମପୁର ଏବଂ ଆସିକରୁ ଦୁଇଜଣ ଡାକ୍ତରଙ୍କୁ ଡେପୁଟେଶନେରେ ହଠାତ୍‌ ଅଣାଯାଇଥିଲା। ଉକ୍ତ ଦୁଇ ଡାକ୍ତର ଏବଂ ଭଞ୍ଜନଗର ମେଡିକାଲ ଷ୍ଟାଫ ଆହତଙ୍କ ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କୁ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରାଯାଇଛି। ତାଙ୍କ ସାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ମେଡିକାଲ ସୂତ୍ରରୁ ପ୍ରକାଶ। ଭଞ୍ଜନଗର ମେଡିକାଲ ଅଧିକ୍ଷକ ଡାକ୍ତର ସିତାନସୁ ଶେଖର ଶତପଥୀଙ୍କ ନେତୃତ୍ୱରେ ଡାକ୍ତର ଟିମ ଆହତଙ୍କ ଚିକିତ୍ସା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?