Posted inଜାତୀୟ

ଭାଜପା ବିଧାୟକଙ୍କ ଜନ୍ମଦିନ ପାର୍ଟିରେ ଫୁଟିଲା ଗୁଳି, ୨ ମୃତ

ଭୋପାଲ,୬।୩: ଭାଜପା ବିଧାୟକଙ୍କ ଜନ୍ମ ଦିନ ପାର୍ଟିରେ ସଂଘର୍ଷ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ଦାମୋହ ଜିଲା ବନୱର ଗ୍ରାମରେ ଏହି ଘଟଣା ଘଟିଛି। ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା କରାଯାଇଛି। ସୂଚନା ଯୋଗ୍ୟ, ଶୁକ୍ରବାର ରାତିରେ ସ୍ଥାନୀୟ ଭାଜପା ବିଧାୟକ ଧର୍ମେନ୍ଦ୍ର ସିଂହ ଲୋଧିଙ୍କ ଜନ୍ମ ଉତ୍ସବ ପାଳନ କରାଯାଉଥିଲା। ସେତିକିବଳେ କିଛି ଲୋକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଏହା ସଂଘର୍ଷର ରୂପ ନେଇଥିଲା। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ଏସ୍‌ପି ହେମନ୍ତ ଚୌହାନ ପ୍ରକାଶ କରିଛନ୍ତି। ମୃତକ ଦ୍ୱୟ ହେଲେ ଯୋଗେନ୍ଦ୍ର ସିଂହ ଏବଂ ଅରବିନ୍ଦ ଝା। ଯୋଗେନ୍ଦ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ଅରବିନ୍ଦଙ୍କୁ ପଥର, କାଠ ଫାଳିଆରେ ପିଟିପିଟି ହତ୍ୟା କରାଯାଇଥିବା ଜଣାପଡିଛି। ଅରବିନ୍ଦ ଉକ୍ତ ପାର୍ଟିରେ ବିଧାୟକଙ୍କ ପ୍ରତିନିଧି ଭାବେ ଯୋଗ ଦେଇଥିବାବେଳେ ଅତିଥି ଭାବେ ଯୋଗେନ୍ଦ୍ର ସିଂହ ଆସିଥିଲେ। ଘଟଣା ବେଳେ ବିଧାୟକ ଧର୍ମେନ୍ଦ୍ର ଉପସ୍ଥିତ ନ ଥିବା ଜଣାପଡିଛି। ତେବେ ସଂଘର୍ଷର କାରଣ ଜଣାପଡି ନାହିଁ। ସୂଚନା ଅନୁଯାୟୀ, ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟପ୍ରଦେଶ ଗସ୍ତରେ ଆସି ଦାମୋହ ଯିବାରେ କାର୍ଯ୍ୟକ୍ରମ ରହିଛି। ଏନେଇ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏଭଳି ସ୍ଥିତିରେ ବିଧାୟକଙ୍କ ଜନ୍ମ ଦିନ ପାର୍ଟିରେ ସଂଘର୍ଷ ଘଟି ୨ଜଣଙ୍କ ମୃତ୍ୟୁ ଘଟିବା ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନ ସୃଷ୍ଟି କରିଛି। ଦାମୋହ ଜିଲା କଂଗ୍ରେସ ସଭାପତି ଅଜୟ ଟଣ୍ଡନ ଆଇନ ଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri