ପୁଣି ଭୁଶୁଡ଼ିଲା ଗୁନଗୁନିଆ କେନାଲ

ଭବାନୀପାଟଣା,୨୩।୧(ସ୍ବ.ପ୍ର.):କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ରବିବାର ପୁଣି ଘାଇ ସୃଷ୍ଟି ହୋଇଛି। ଏହି ଘାଇ ଗୁନଗୁନିଆ ଡିଷ୍ଟ୍ରିବ୍ୟୁଟାରି କେନାଲର ରେଙ୍ଗାଲପାଲି ଗାଁ ନିକଟରେ ହୋଇଛି। ପ୍ରାୟ ୩୦ ଫୁଟର ଏହି ଘାଇ ଯୋଗୁ ବହୁ ଚାଷଜମି ଜଳମଗ୍ନ ହୋଇଛି। ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମୁଣ୍ଡରେ ଏବେ ଚଡକ ପଡିଛି। ଗୁନଗୁନିଆ ଡିଷ୍ଟ୍ରିବ୍ୟୁଟାରି କେନାଲ ଗତ ସପ୍ତାହକ ମଧ୍ୟରେ ୨ ଥର ଭୁଶୁଡ଼ିଲାଣି। ପ୍ରଥମେ ୨୫ଫୁଟ ଲମ୍ବା ଘାଇ ସୃଷ୍ଟି ହୋଇଥିବା ବେଳେ ରବିବାର ଏହାର ୧୦୦ ମିଟର ଦୂରରେ ପୁଣି ୩୦ଫୁଟ ଘାଇ ସୃଷ୍ଟି ହୋଇଛି। ତଳ ମୁଣ୍ଡର ଚାଷୀ ତଳି ପକାଇବା ପାଇଁ କେନାଲ ପାଣିକୁ ଅପେକ୍ଷା କରିଥିବା ବେଳେ କେନାଲର ଏପରିସ୍ଥିତି ଯୋଗୁ ଚାଷକାମ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ଗତ ୭ ଜାନୁୟାରୀରେ ରବି ଜଳ ସେଚନ ଆରମ୍ଭ ହୋଇଥିବା ବେଳେ ଅଦ୍ୟାବଧି ୧୫ ଦିନରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ସୁଦ୍ଧା ଚାଷଜମିକୁ ଜଳ ପହଞ୍ଚତ୍ପାରିନାହିଁ। ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପ ବାମ ମୁଖ୍ୟ କେନାଲ ଗୁନଗୁନିଆ ଡିଷ୍ଟ୍ରିବ୍ୟୁଟାରି କେନାଲ ଦୁଇ ପାର୍ଶ୍ୱର ହୁଡା ଦୁର୍ବଳ ହୋଇଥିବା ବେଳେ ଉଇହୁଙ୍କାରେ ଭର୍ତ୍ତି ହେଲାଣି। ଫଳରେ ପାଣିର ସୁଅରେ ବଡ଼ବଡ଼ ଗର୍ତ୍ତ ହୋଇ ହୁଡା ଭୁଶୁଡି ପଡୁଛି। ଏହି କେନାଲ ପୂର୍ବରୁ ପ୍ରାୟ ୧ କୋଟି ଟଙ୍କା ବ୍ୟୟ ଅଟକଳରେ ମରାମତି କାର୍ଯ୍ୟ ହୋଇଥିବା ବେଳେ କେଉଁଠି କ’ଣ ମରାମତି କରାଯାଇଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ରବି ଚାଷ କାର୍ଯ୍ୟ ଆରମ୍ଭରେ ଗୋଟିଏ ସପ୍ତାହ ମଧ୍ୟରେ କେନାଲର ଦୁଇଟି ସ୍ଥାନରେ ପ୍ରାୟ ୨୦ ଫୁଟ ଲମ୍ବର ଗର୍ତ୍ତ ସୃଷ୍ଟି ହେବା ଘଟଣା ଚାଷୀଙ୍କୁ ଚକିତ କରିଛି। ଚଳିତବର୍ଷ କିପରି ଜଳ ଯୋଗାଣ ହେବ ସେହି ଚିନ୍ତାରେ ଚାଷୀ ପଡ଼ିଥିବା ବେଳେ ଏଯାଏ ତଳି ମଧ୍ୟ ପକାଇ ପାରିନାହିଁ। ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପ ବାମ ମୁଖ୍ୟ କେନାଲ କୁସୁମଖୁଣ୍ଟି ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ, ଏସ୍‌ଡିଓ ତଥା କନିଷ୍ଠ ଯନ୍ତ୍ରୀ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିବା ସହ ବାଲିବସ୍ତା ଦେଇ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ବାଲିବସ୍ତା ଭରସାରେ ଜଳସେଚନ ହେବ ନା ଆଗକୁ କଣ ବିକଳ୍ପ ପନ୍ଥା ଅବଲମ୍ବନ କରାଯିବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri