ଗୁଣି ଗାରେଡି ସନ୍ଦେହରେ ହତ୍ୟା ଅଭିଯୋଗ

କେନ୍ଦ୍ରପଡା,୨୫।୭(ଜଗନ୍ନାଥ ଧଳ): ଇଣ୍ଟରନେଟ ଯୁଗରେ ବିଜ୍ଞାନର ପ୍ରଗତି ସତ୍ତ୍ୱେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡି ଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି ନରହତ୍ୟା ପରି ବିଭିତ୍ସକାଣ୍ଡ ଘଟାଇବାକୁ ଟିକିଏ ବି ପଛାଉନାହଁାନ୍ତି । ଗୁଣିଗାରେଡି ସଂନ୍ଦେହରେ ଏକ ଲୋମହର୍ଷଣକାରୀ ହତ୍ୟା ଘଟଣା କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବନ୍ତପାଟଣା ଗ୍ରାମରେ ଦେଖିବାକୁ ମିଳିଛି ।
ସୂଚନାନୁଯାୟୀ କେନ୍ଦ୍ରାପଡ଼ା ଜଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ବନ୍ତପାଟଣା ହର୍‌ନବାବି ଗାଁର ମଣିଚରଣ ସାହୁ ଗତ ରାତିରେ ଘରେ ଶୋଇଥିବା ବେଳେ ପଡୋଶୀ ଅଜୁ ମହାରଣା ଓ ତାଙ୍କର ଦୁଇପୁଅ ବିପିନି ମହାରଣା ଓ ଗୁନୁଆ ମହାରଣା କବାଟ ଭାଙ୍ଗି ଘରେ ପଶିଥିଲେ । ରାତି ଅଧରେ ଏକ ଶାବଳରେ ମଣିଚରଣଙ୍କୁ ଆକ୍ରମଣ କରିଥିଲେ । ଫଳରେ ମଣିଚରଣ ଗୁରୁତର ହୋଇପଡ଼ିଥିଲେ । ପରିବାର ଲୋକେ ତାଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତିି କରିଥିଲେ । ହେଲେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଏନେଇ ପରିବାର ଲୋକେ ପଟ୍ଟାମୁଣ୍ଡାଇ ଗ୍ରାମଞ୍ଚଳ ଥାନାରେ ହତ୍ୟା ଅଭିଯୋଗ କରଛନ୍ତି । ଅଭିଯୋଗ ପରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ପୋଲିସ ଏକ ମାମଲା ୪୫୦/୨୩ ରୁଜୁ କରି ଘଟଣାର ତଦନ୍ତ କରୁଛି। ପୋଲିସର ଘଟଣାର ତଦନ୍ତ କରି ସତକୁ ସାମ୍ନାକୁ ଆଣିବ ବୋଲି ଗ୍ରାମାଞ୍ଚଳ ଥାନା ଅଧିକାରୀ ବାମଦେବ ନାନ୍ଦ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri