ଗୁଣି ସନ୍ଦେହରେ ମାଡ଼ ଘଟଣା: ଥାନାରେ ଭଉଣୀଙ୍କ ଅଭିଯୋଗ

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଗଡ଼ ହୁମ୍ମା ଗ୍ରାମରେ ଦୁଇ ଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗିବା ଘଟଣାରେ ସୋମବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଆହତ କିଶୋର ଦାସଙ୍କ ଭଉଣୀ ସୋମବାର ଥାନାରେ ଲିଖିତ ଏତଲା ଦେଇଛନ୍ତି। ପ୍ରାୟ ଗ୍ରାମର ୬ରୁ ଊଦ୍ଧର୍‌ବ ଲୋକଙ୍କ ନାମ ଏତଲାରେ ଉଲ୍ଲେଖ ରହିଥିବା ଜଣାପଡିଛ। ଅନ୍ୟପଟେ ଆହତ ଦିଅର ଭାଉଜ ବର୍ତ୍ତମାନ ସୁସ୍ଥ ହୋଇଥିଲେ ମଧ୍ୟ ସେମାନେ ପୋଲିସ ହେପାଜତରେ ଥିବା ସୂଚନା ମିଳିଛି। ଗ୍ରାମରେ ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିଲେ ମଧ୍ୟ ରମ୍ଭା ଥାନା ଓ ହୁମା ଫାଣ୍ଡି ପୋଲିସ ନଜର ରଖିଛି।
ଏତଲା ପରେ ରମ୍ଭା ଥାନା ପୋଲିସ ପକ୍ଷରୁ କେସ ନଂ.୨୦୨/୨୨ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି ।
ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଗୁଣି ଗାରେଡ଼ିକୁ ନେଇ ଗ୍ରାମର କିଶୋର ଦାସ ଓ ରଞ୍ଜୁ ଦାସ ଦୁଇ ଜଣଙ୍କୁ କୋଠି କାଟୁଥିବା ବେଳେ ଗ୍ରାମବାସୀ ବାନ୍ଧିବା ସହ ମାଡ଼ ମାରି ଦାନ୍ତ ଭାଙ୍ଗିଦେଇଥିଲେ। ଯାହାକୁନେଇ ପୋଲିସ ପ୍ରଶାସନ ପହଞ୍ଚି ଆହତ ଦ୍ୱୟଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ମେଡିକାଲ ନେଇ ଚିକିତ୍ସା କରାଇଥିଲେ। ଉକ୍ତ ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ତରଫରୁ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି । ଗ୍ରାମରେ ପରିସ୍ଥିତି ଆୟତ୍ତାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri