ଗୁଣି ସନ୍ଦେହରେ ବାପାଙ୍କୁ ହତ୍ୟା, ଜୀବନ ବଞ୍ଚାଇ ଥାନାକୁ ଦୌଡ଼ିଲେ ପୁଅ

ରାୟଗଡ଼ା ଅଫିସ/ଟିକିରି,୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥିତିରେ ଝାଡ଼ାବାନ୍ତିକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଗମ୍ଭୀର ରୂପ ନେଇଛି। ବୁଧବାର ରାତିରେ ଝାଡ଼ିବାନ୍ତିରେ ସର୍ବାଧିକ ପ୍ରଭାବିତ ଦୁୁଡୁକାବାହାଲ ପଞ୍ଚାୟତର ଟିଟିଗୁଡ଼ା ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ଗାଁ ଦାଣ୍ଡରେ ବାନ୍ଧି ପିଟିପିଟି ହତ୍ୟା କରାଯାଇଛି। ସେ ହେଲେ ଗାଁର ଦଇ ମାଝି। ଟିକିରି ଥାନାରେ ଗୁରୁବାର ଏ ନେଇ ଅଭିଯୋଗ ପରେ ପୋଲିସ ତଦନ୍ତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଗାଁର ମାନୁ ମାଝି(୩୨), ଲମ୍ବୁ ମାଝି(୨୨), ଦିନା ମାଝି(୬୦), ନର ମାଝି(୭୦), ଭୀମ ମାଝି(୩୨) ଏବଂ ରଜୀବ ମାଝି(୨୮)।

ସୂଚନା ଅନୁଯାୟୀ, ରାତି ୧୦ଟା ବେଳେ ଖାଇବା ସମୟରେ ଗାଁର ୬ ବ୍ୟକ୍ତି ଦଇଙ୍କ ଘରକୁ ଆସିଥିଲେ। ଗୁଣିଗାରେଡି କରି ଲୋକଙ୍କୁ ଝାଡ଼ାବାନ୍ତି ହେଉଛି କହି ଦଇଙ୍କ ସମେତ ତାଙ୍କ ପୁଅ ଦୁର୍ଯ୍ୟଙ୍କୁ ଘରୁ ଘୋଷାଡ଼ି ନେଇଥିଲେ। ଉଭୟଙ୍କୁ ରାସ୍ତା ଉପରେ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଇଥିଲେ। ୨ ଘଣ୍ଟା ପରେ କୌଶଳକ୍ରମେ ଦୁର୍ଯ୍ୟ ଖସିଯିବାକୁ ଚେଷ୍ଟା କରିବା ସମୟରେ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ତେବେ ଦୁର୍ଯ୍ୟ କୌଣସି ପ୍ରକାରେ ଜୀବନ ବଞ୍ଚାଇ ଚାଲିଯାଇଥିଲେ ମଧ୍ୟ ଗୋଇଠା, ବିଧା ମାଡ଼ରେ ବାପା ଦଇଙ୍କ ମୃତ୍ୟୁ ଘଟିିଛି। ଅନ୍ୟପକ୍ଷେ ପାହାଡ଼ ଡେଇଁ ରାତି ୨ ଟା ଦୁର୍ଯ୍ୟ ଟିକିରି ଥାନାରେ ପହଞ୍ଚିଥିଲେ। ପୋଲିସ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଗୁରୁବାର ଦୁର୍ଯ୍ୟ ସାମାନ୍ୟ ସୁସ୍ଥ ହେବାପରେ ଥାନାରେ ଏତଲା ଦେଇଥିଲେ। ଏ ନେଇ ପୋଲିସ ୧୦୯/୨୨ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri