ଗୁଣିଗାରେଡ଼ି ସନ୍ଦେହରେ କଟୁରିରେ ହାଣି ହତ୍ୟା, ଅଭିଯୁକ୍ତ ଗିରଫ

ଟେନ୍‌ସା,୨୯ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଖରିଆବାହାଳ ଗ୍ରାମରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ହତ୍ୟାକାଣ୍ଡର କାରଣ ଗୁଣି ଗାରେଡ଼ି ସନ୍ଦେହ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ଖରିଆବାହାଳ ଗ୍ରାମର ମଙ୍ଗଳ ମୁଣ୍ଡା (୫୫) ଗୁଣି ଗାରେଡ଼ି କରି ଗାମୁଆ ମୁଣ୍ଡାଙ୍କ ପରିବାରକୁ ଅସୁବିଧାରେ ପକାଉଥିଲେ। ଏ ନେଇ ଗାମୁଆ ପୂର୍ବରୁ ଅନେକ ଥର ମଙ୍ଗଳଙ୍କ ସହ ଝଗଡ଼ା କରୁଥିଲେ। ଗତକାଲିର ଝଗଡ଼ା ଉଗ୍ର ରୂପ ନେବା ପରେ ଗାମୁଆ ଏକ କଟୁରିରେ ମଙ୍ଗଳଙ୍କୁ ଚୋଟ ପରେ ଚୋଟ ପକାଇ ହତ୍ୟା କରିଥିଲେ। ଖବର ପାଇ କେ ବଲାଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି।। ହତ୍ୟା କରିବା ପରେ ଗାମୁଆ ନିକଟସ୍ଥ ଜଙ୍ଗଲରେ ଲୁଚି ରହିଥିଲେ। ପୋଲିସ ଜଙ୍ଗଲରୁ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ ସହ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ସେହିପରି ଗତକାଲି ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର ଜନୈକା ବୃଦ୍ଧା ମୁନି ଓରାମଙ୍କୁ ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇ ବ୍ରାହ୍ମଣୀ ନଦୀରେ ଭସେଇ ଦିଆଯାଇଥିବା ନେଇ ରିପୋର୍ଟର ୨୪ ଘଣ୍ଟା ନ ପୂରୁଣୁ ପୁଣି ଗୁଣି ଗାରେଡ଼ି ଜନିତ ହତ୍ୟାକାଣ୍ଡ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri