ଗୁଣିଗାରେଡ଼ି ସନ୍ଦେହ: ଘରେ ପଶି ନିସ୍ତୁକ ପିଟିଲେ

ପାରଳାଖେମୁଣ୍ଡି:୩୧।୭: ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଗ୍ରାମବାସୀ ଜଣଙ୍କୁ ଆକ୍ରମଣ କରିଛନ୍ତି। ପରେ ତାଙ୍କ ଘରର ସମସ୍ତ ଆସବାବପତ୍ର ଫୋପାଡି ଦେଇଛନ୍ତି। ସେ ହେଲେ ରାଜାରାଓ ନାଗବଂଶ।
ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ସୁବାସନଗରର ଜଣେ ନାବାଳିକା ପ୍ରାୟ ୧ ମାସ ହେବ ଅସୁସ୍ଥ ଅଛନ୍ତି। ତାଙ୍କୁ ବିଭିନ୍ନ ସ୍ଥାନରେ ଚିକିତ୍ସା କରାଇବା ପରେ ମଧ୍ୟ ସେ ଭଲ ହେଉ ନ ଥିବାରୁ ତାଙ୍କୁ ଗୁଣିଆ ପାଖକୁ ନେଇ ପରିବାର ଲୋକେ ଝଡ଼ାଫୁଙ୍କା ମଧ୍ୟ କରାଉଛନ୍ତି । ତଥାପି କିଛି ସୁଫଳ ମିଳୁନି। ତେବେ ଶୁକ୍ରବାର ସନ୍ଧ୍ୟାରେ ନାବାଳିକା ହଠାତ ରାଜାରାଓ ନାଗବଂଶଙ୍କ ଘର ସମ୍ମୁଖକୁ ଯାଇ ଚିତ୍କାର କରିଥିଲା। ପୂର୍ବରୁ ଏହି ପରିବାରକୁ ଗୁଣିଗାରେଡି ନେଇ ସନ୍ଦେହ କରାଯାଉଥିବା ବେଳେ ଏହି ଘଟଣା ସମସ୍ତଙ୍କୁ ଉତ୍ତେଜିତ କରିଥିଲା । ଫଳରେ ଗ୍ରାମବାସୀ ରାଜାରାଓଙ୍କ ଘରେ ପଶି ଆକ୍ରମଣ କରିବା ସହ ଘରର ସମସ୍ତ ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ଅନ୍ୟପଟେ ରାଜାରାଓ ଏଭଳି ଅଭିଯୋଗକୁ ଖଣ୍ଡନ କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ପଠାଇଥିବା ବେଳେ ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri