‘ଝଲକ ଦିଖଲା ଜା ୧୦’ର ୱିନର ହେଲେ ଗୁଞ୍ଜନ ସିହ୍ନା-ତେଜସ ବର୍ମା

ମୁମ୍ବାଇ: ଶେଷ ହେଲା ପ୍ରତିକ୍ଷା । ଶେଷରେ ୮ ବର୍ଷର ଗୁଞ୍ଜନ ସିହ୍ନା ଓ ୧୨ ବର୍ଷର ତେଜସ ବର୍ମା ଡ୍ୟାନ୍ସ ରିୟଲିଟି ଶୋ’ ‘ଝଲକ ଦିଖଲା ଜା ୧୦’ର ୱିନର ହୋଇଛନ୍ତି । ପୂର୍ବରୁ ଏମାନଙ୍କ ବିଜୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉ୍‌ଥିଲା । ଏତେ କମ ବୟସରେ ଡ୍ୟାନ୍ସ ରିୟଲିଟି ଶୋ’ର ବିଜେତା ହୋଇ ଗୁଞ୍ଜନ ଓ ତେଜସ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି ।
ପ୍ରଥମରୁ ହିଁ ଦୁଇ ପ୍ରତିଯୋଗୀ ଝଲକ ଦିଖଲା ଜା ୧୦ର ବିଜେତା ଭାବେ ଦାବିଦାର ବୋଲି ଜଣାପଡୁଥିଲେ । ନିର୍ଦ୍ଦେଶକ କରନ ଜୋହର ଓ ଅଭିନେତ୍ରୀ ମାଧୁରୀ ଦିକ୍ଷିତ ଏହି ଦୁଇ ଲିଟଲ ଚାମ୍ପିୟନଙ୍କୁ ୱିନର ଘୋଷଣା କରିଛନ୍ତି । ପ୍ରାଇଜ ମନି ଭାବେ ଏମାନଙ୍କୁ ୨୦ ଲକ୍ଷ ଟଙ୍କା ମିଳିଛି ।
ଖତରୋଁ କେ ଖିଲାଡି ପରେ ରୁବିନା ଦିଲୈକଙ୍କ ହାତରୁ ବି ଝଲକ ଦିଖଲା ଜା ୧୦ର ଟ୍ରଫି ଖସି ଯାଇଛି । ସେ ଶୋ’ରେ ଟପ ୩ରେ ରହିଥିଲେ । ହେଲେ ଏହାର ୱିନର ହୋଇ ପାରିଲେ ନାହିଁ । ରୁବିନାଙ୍କ ସହ ଫୈଶଲ ଶେଖ ବି ଟପ ୩ରେ ନିଜର ସ୍ଥାନ ବଜାୟ ରଖିଥିଲେ । ହେଲେ ଶେଷରେ ଗୁଞ୍ଜନ ଓ ତେଜସ ବାଜି ମାରି ନେଇ ରୁବିନା ଓ ଫୈସଲଙ୍କୁ ପଛରେ ପକାଇ ୱିନର ଘୋଷିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?