ବାହ୍ୟ ଜଗତରୁ ବିଚ୍ଛିନ୍ନ ଗୁଞ୍ଜରାମପଞ୍ଜରା ଗାଁ, ୩ ଜିଲାକୁ ଯାତାୟତ ବନ୍ଦ

ରାୟଗଡ଼ା, ୨୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନ ଶୁଣିଲାନି କି କୌଣସି ପଦକ୍ଷେପ ନେଲା ନାହିଁ। ଶେଷରେ ନିଜ ପାଖରେ ଥିବା ଟଙ୍କା ଓ ସ୍ତ୍ରୀଙ୍କ ସୁନାଗହଣା ବିକ୍ରି କରି ଜଣେ ଯୁବକ ନାଳ ଉପରେ ଗତବର୍ଷ କାଠ ପୋଲ ନିର୍ମାଣ କରିଥିଲେ। ହେଲେ ଚଳିତ ବର୍ଷ ବର୍ଷାରେ ତାହା ସମ୍ପୂର୍ଣ୍ଣ ଧୋଇଯାଇଛି। ୩ ଜିଲାକୁ ଯାତାୟତ କରିବାର ବନ୍ଦ ହୋଇଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ଗୁଞ୍ଜରାମ ପଞ୍ଜରା ଗ୍ରାମର ରଞ୍ଜିତ ନାଏକ ଗତବର୍ଷ ନିକଟସ୍ଥ ନାଳ ଉପରେ କାଠ ପୋଲ ନିର୍ମାଣ କରିଥିଲେ। ଏହି ପୋଲ ନିର୍ମାଣ ପାଇଁ ସେ ନିଜ ପାଖେ ଥିବା ଟଙ୍କା ଓ ସ୍ତ୍ରୀଙ୍କ ସୁନା ଗହଣା ବିକ୍ରି କରି ପ୍ରାୟ ୭୦ହଜାର ବ୍ୟୟ କରିଥିଲେ। ପୋଲ ନିର୍ମାଣ ପାଇଁ ଜିଲା କିମ୍ବା ପ୍ରଶାସନ କେହି ହେଲେ ସହଯୋଗ କଲେ ନାହିଁ। ଏହି ପୋଲ ନିର୍ମାଣ ପରେ ଗୁଞ୍ଜରାମପଞ୍ଜରା ଗ୍ରାମ କାଶୀପୁର, ରାୟଗଡ଼ା ସମେତ ପଡ଼ୋଶୀ କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସହିତ ଯୋଡ଼ି ହୋଇଥିଲା। ତେବେ ବର୍ତ୍ତମାନ ପୋଲ ଭାସିଯିବା ପରେ ଏହା ଅଞ୍ଚଳବାସୀଙ୍କ ଜୀବନଜୀବିକା ଉପରେ ବିଶେଷ ପ୍ରଭାବ ପକାଇବ ବୋଲି ରଞ୍ଜିତ କହିଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ସେଠାରେ ସ୍ଥାୟୀ ପୋଲ ନିର୍ମାଣ କଲେ ଅଞ୍ଚଳବାସୀ ଉପକୃତ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri