ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କୁ ଗୁଳିମାଡ଼

ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଏକ କାର୍‌ରେ ଛତିଆ କାନାଡ଼ା ବ୍ୟାଙ୍କ ଶାଖାକୁ ଡିପୋଜିଟ୍‌ ପାଇଁ ଯାଉଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ଗୁଳିମାଡ଼ କରି ଟଙ୍କା ଲୁଟ୍‌ ପାଇଁ ଉଦ୍ୟମ କରିଥିଲେ। ଗୁଳିମାଡ଼ରେ ନେଳିଆ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପର କର୍ମଚାରୀ ଦୁଷ୍ମନ୍ତ ନାୟକ ଓ ଜୟନ୍ତ ନାୟକ ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଏହି ଘଟଣାରେ ତନାଘନା ଚଳାଇଛି। ସୂଚନା ଅନୁଯାୟୀ, ସୋମବାର ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନେଳିଆସ୍ଥିତ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପର କର୍ମଚାରୀ ଦୁଷ୍ମନ୍ତ ଓ ଜୟନ୍ତ ଏକ କାର(ନଂ.ଓଆର୦୨ଏ.ଡ଼ବ୍ଲ୍ୟୁ.୭୭୦୭)ରେ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଡିପୋଜିଟ୍‌ ପାଇଁ ଯାଉଥିଲେ। ନେଳିଆ ଛକ ନିକଟରେ ପୂର୍ବରୁ ଛକି ରହିଥିବା ଦୁର୍ବୃତ୍ତମାନେ କାରକୁ ଲକ୍ଷ୍ୟ କରି ୨ରାଉଣ୍ଡ ଗୁଳି ଚଳାଇଥିଲେ। ଗୁଳି ଦୁଷ୍ମନ୍ତ ଓ ଜୟନ୍ତଙ୍କ ଦେହରେ ବାଜିଥିଲା। କାର ଚାଳକ ଭୟରେ ଗାଡିକୁ ଅଟକାଇ ଦେଇଥିଲେ। ଏହି ସୁଯୋଗରେ ଦୁର୍ବୃତ୍ତମାନେ ଆହତ କର୍ମଚାରୀଙ୍କ ହାତରୁ ବ୍ୟାଗ୍‌ ଛଡ଼ାଇନେଇ ଫେରାର ହୋଇଯାଇଥିଲେ। ତେବେ ବ୍ୟାଗ୍‌ରେ କିଛି କାଗଜପତ୍ର ଥିଲା ା ଟଙ୍କା ନ ଥିଲା ବୋଲି କର୍ମଚାରୀମାନେ କହିଛନ୍ତି। କର୍ମଚାରୀମାନେ ପ୍ୟାଣ୍ଟ୍‌ ପକେଟ୍‌ ଓ ଗାଡ଼ିରେ ଟଙ୍କା ରଖିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ୩ ଦୁର୍ବୃତ୍ତ ଗୁଳିମାଡ଼ କରି ଏକ ବାଇକ୍‌ରେ କଟକ ଅଭିମୁଖେ ପଳାଇ ଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଯାଞ୍ଚ କରୁଛି। ଏସ୍‌ଡିପିଓ ଚିନ୍ମୟ ନାୟକ ଦୁଇ ଟିମ୍‌ ଗଠନ କରି ତଦନ୍ତ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ବୈରୀ ଥାନା ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ୍‌ରେ ଦୁର୍ବୃତ୍ତମାନେ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri