ଗୁଣପୁର ପୌର ନିର୍ବାଚନ: ମୋଟ୍‌ ଭୋଟର ୨୨୬୦୮, ମହିଳାଙ୍କ ସଂଖ୍ୟା ୧୧୫୩୩

ଗୁଣପୁର,୨୮ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୌରାଞ୍ଚଳ ପାଇଁ ନିର୍ବାଚନ ମାର୍ଚ୍ଚ ୨୪ରେ ହେବ। ଏଥପାଇଁ ଭୋଟର ତାଲିକା ପ୍ରକାଶ ପାଇଛି। ପୌରାଞ୍ଚଳରେ ୧୯ ୱାର୍ଡ ରହିଥିବାବେଳେ ୨୨୬୦୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ୧୧,୫୩୩ ମହିଳା ଏବଂ ୧୧,୦୬୩ ପୁରୁଷ ଏବଂ ୧୨ କିନ୍ନର ଭୋଟର ରହିଛନ୍ତି। ୧ ନଂ ୱାର୍ଡରେ ୧୪୩୫, ୨ ନଂ ୱାର୍ଡରେ ୧୪୫୦, ୩ ନଂ ୱାର୍ଡରେ ୧୦୩୨, ୪ ନଂ ୱାର୍ଡରେ ୯୭୪, ୫ନଂ ୱାର୍ଡରେ ୭୬୯, ୬ ନଂ ୱାର୍ଡରେ ୧୧୧୫, ୭ ନଂ ୱାର୍ଡରେ ୧୩୭୭, ୮ ନଂ ୱାର୍ଡରେ ୧୦୮୧, ୯ ନଂ ୱାର୍ଡରେ ୧୧୪୩, ୧୦ ନଂ ୱାର୍ଡରେ ୧୬୮୩, ୧୧ ନଂ ୱାର୍ଡରେ ୮୬୨, ୧୨ ନଂ ୱାର୍ଡରେ ୯୪୭, ୧୩ ନଂ ୱାର୍ଡରେ ୯୪୨, ୧୪ ନଂ ୱାର୍ଡରେ ୭୯୫, ୧୫ ନଂ ୱାର୍ଡରେ ୧୨୯୮, ୧୬ ନଂ ୱାର୍ଡରେ ୧୧୩୧, ୧୭ ନଂ ୱାର୍ଡରେ ୯୬୮, ୧୮ ନଂ ୱାର୍ଡରେ ୨୨୧୩ ଏବଂ ୧୯ ନଂ ଓ୍ବାର୍ଡରେ ୧୩୯୩ ଭୋଟର ରହିଛନ୍ତି। ଏଥିନିମନ୍ତେ ୨୮ ମତଦାନ କେନ୍ଦ୍ର କରାଯାଇଛି। ୨୦୧୧ ଜନଗଣନା ଅନୁଯାୟୀ ଜନସଂଖ୍ୟା ୨୮୮୭୦ ରହିଛି। ନିର୍ବାଚନ ପାଇଁ ମାର୍ଚ୍ଚ ୨ରୁ ୭ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯିବ। ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୧୪ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଅପରପକ୍ଷେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ନେଇ ତପତ୍ରତା ପ୍ରକାଶ ପାଇଛି। ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପାରେ ଅନେକ ଆଶାୟୀ ରହିଛନ୍ତି। ଏହା ଦଳ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri