ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ସେ ବହୁଦିନ ଧରି ଟିବି ରୋଗରେ ପୀଡ଼ିତ ଥିଲେ। କିଛିଦିନ ସୁସ୍ଥ ହେବା ପରେ ପୁଣି ନିଜ କାର୍ଯ୍ୟରେ ଯୋଗ ଦେଇଥିଲେ। କିନ୍ତୁ ହଠାତ୍‌ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ସମୟରେ ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦିବଙ୍ଗତ ପୀତାମ୍ବର ଜଣେ ସରଳ, ନିଷ୍କପଟ, ମିଷ୍ଟଭାଷୀ ଓ ମେଳାପୀ ବ୍ୟକ୍ତି ଭାବେ ପରିଚିତ ଥିଲେ। ତାଙ୍କ ବିୟୋଗରେ ସମସ୍ତ କର୍ମଚାରୀ ତାଙ୍କୁ ଝୁରି ହେଉଛନ୍ତି। ଏହା ବ୍ୟତୀତ ସେ ଜଣେ ଭଲ ସଂଗଠକ ଭାବରେ ଶବର ସମାଜ ମଧ୍ୟରେ ବିଶେଷ ପ୍ରିୟ ଥିଲେ। ସୌରା ଭାଷାରେ ତାଙ୍କର ସରଳ ଓ ଆତ୍ମୀୟ କଥାବାର୍ତ୍ତା ସମସ୍ତଙ୍କୁ ଆକର୍ଷିତ କରୁଥିଲା। ତାଙ୍କର ହସମୁଖୀ ସ୍ବଭାବ ଓ ସରଳ ଜୀବନ ଶୈଳୀ ସମସ୍ତଙ୍କ ହୃଦୟରେ ଏକ ଛାପ ଛାଡ଼ିଯାଇଛନ୍ତି। ସେ ଶବର ସାଂସ୍କୃତିକ ସଂଘର ଜଣେ ସକ୍ରିୟ ସଦସ୍ୟ ଥିଲେ ଏବଂ ସଂଘର ପ୍ରତ୍ୟେକ କାର୍ଯ୍ୟରେ ନିଷ୍ଠା ଓ ଆନ୍ତରିକତାର ସହିତ ଦାୟିତ୍ୱ ପାଳନ କରୁଥିଲେ। ତାଙ୍କର ଅକାଳ ବିୟୋଗ ସଂଘ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସଂଘ ପକ୍ଷରୁ କୁହାଯାଇଛି। ତାଙ୍କର ଦେହାନ୍ତରେ ଶବର ସାଂସ୍କୃତିକ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଏହି ଦୁଃଖଦ ସମୟରେ ମହାପ୍ରଭୁଙ୍କ ନିକଟରେ ପରିବାରବର୍ଗଙ୍କୁ ଧୈର୍ଯ୍ୟ ଓ ସାହସ ପ୍ରଦାନ ପାଇଁ ପ୍ରାର୍ଥନା କରାଯାଇଛି। ବର୍ତ୍ତମାନ ତାଙ୍କର ମୃତଦେହ ଚକ୍ରଗୁଡ଼ା ଗ୍ରାମକୁ ଆଣାଯିବା ସୂଚନା ମିଳିଛି ଏବଂ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ। ସଂଘର ସଦସ୍ୟ, ବନ୍ଧୁବର୍ଗ ଓ ପରିଜନମାନଙ୍କୁ ଚକ୍ରଗୁଡ଼ାରେ ଉପସ୍ଥିତ ରହି ଶେଷ ଦର୍ଶନ କରିବା ସହ ମହାପ୍ରୟାଣରେ ସାମିଲ ହେବାକୁ ଅନୁରୋଧ କରାଯାଇଛି। ଦିବଂଗତ ପୀତାମ୍ବରଙ୍କ ଅମର ଆତ୍ମା ଭଗବାନଙ୍କ ଚରଣରେ ଲୀନ ହେଉ ଏହି କାମନା ସହ ଶବର ସାଂସ୍କୃତିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri