ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍‌(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର ରାଜୀବ ଅଧିକାରୀ ଏବଂ ଗୁଣପୁର କଲେଜର ବ୍ରିଜେଶରାଜ ଗୁପ୍ତା। ଓଡ଼ିଶାରୁ ଚୟନ ହୋଇଥିବା ଏହି ଦୁଇ ଖେଳାଳି ଭାରତୀୟ ଟିମ୍‌ରେ ସ୍ଥାନ ପାଇଛନ୍ତି। ଜିଆଇଇଟି ଅନୁଷ୍ଠାନର ସଭାପତି ସତ୍ୟ ପ୍ରକାଶ ପଣ୍ଡା, ଉପ ସଭାପତି ଚନ୍ଦ୍ରଧ୍ୱଜ ପଣ୍ଡା, ମହା ନିର୍ଦ୍ଦେଶକ ଜଗଦୀଶ ପଣ୍ଡା, କୁଳପତି ଗୌତମ ଘୋଷ, ରେଜିଷ୍ଟ୍ରାର ଏନ୍‌.ଭି.ଜେ. ରାଓ, କ୍ରୀଡ଼ା ଅଧିକାରୀ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା, ଓଡ଼ିଶା ଫୁଟସାଲର ରାଜ୍ୟ ସମ୍ପାଦକ ପି.କେ. ଦଣ୍ଡସେନା ପ୍ରମୁଖ ଦୁଇ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୨୮ରୁ ୩୦ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ଜାତୀୟ ଫୁଟସାଲ ଚାମ୍ପିୟନ୍‌ଶିପ୍‌ରେ ଦୁଇ ଖେଳାଳି ଓଡ଼ିଶା ଦଳରେ ଖେଳିଥିଲେ। ଏଥିସହ ଉତ୍ତମ ପ୍ରଦର୍ଶନ ଯୋଗୁ ମେ ୨୩ ରୁ ୨୬ ପର୍ଯ୍ୟନ୍ତ ମଧ୍ୟ ପ୍ରଦେଶର ଭୋପାଳଠାରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?