ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍‌(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର ରାଜୀବ ଅଧିକାରୀ ଏବଂ ଗୁଣପୁର କଲେଜର ବ୍ରିଜେଶରାଜ ଗୁପ୍ତା। ଓଡ଼ିଶାରୁ ଚୟନ ହୋଇଥିବା ଏହି ଦୁଇ ଖେଳାଳି ଭାରତୀୟ ଟିମ୍‌ରେ ସ୍ଥାନ ପାଇଛନ୍ତି। ଜିଆଇଇଟି ଅନୁଷ୍ଠାନର ସଭାପତି ସତ୍ୟ ପ୍ରକାଶ ପଣ୍ଡା, ଉପ ସଭାପତି ଚନ୍ଦ୍ରଧ୍ୱଜ ପଣ୍ଡା, ମହା ନିର୍ଦ୍ଦେଶକ ଜଗଦୀଶ ପଣ୍ଡା, କୁଳପତି ଗୌତମ ଘୋଷ, ରେଜିଷ୍ଟ୍ରାର ଏନ୍‌.ଭି.ଜେ. ରାଓ, କ୍ରୀଡ଼ା ଅଧିକାରୀ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା, ଓଡ଼ିଶା ଫୁଟସାଲର ରାଜ୍ୟ ସମ୍ପାଦକ ପି.କେ. ଦଣ୍ଡସେନା ପ୍ରମୁଖ ଦୁଇ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୨୮ରୁ ୩୦ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ଜାତୀୟ ଫୁଟସାଲ ଚାମ୍ପିୟନ୍‌ଶିପ୍‌ରେ ଦୁଇ ଖେଳାଳି ଓଡ଼ିଶା ଦଳରେ ଖେଳିଥିଲେ। ଏଥିସହ ଉତ୍ତମ ପ୍ରଦର୍ଶନ ଯୋଗୁ ମେ ୨୩ ରୁ ୨୬ ପର୍ଯ୍ୟନ୍ତ ମଧ୍ୟ ପ୍ରଦେଶର ଭୋପାଳଠାରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri