Posted inଜାତୀୟ

ଗୁପ୍‌କାର ମେଣ୍ଟ ଆଗରେ

ଶ୍ରୀନଗର, ୨୩।୧୨ : ଜମ୍ମୁ-କଶ୍ମୀର ଜିଲା ଉନ୍ନୟନ ପରିଷଦ (ଡିଡିସି) ନିର୍ବାଚନର ଭୋଟ ଗଣନା ମଙ୍ଗଳବାର ଜାରି ରହିଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯାଇ ଏହାକୁ କେନ୍ଦ୍ରଶାସିିତ ଅଞ୍ଚଳରେ ପରିଣତ କରିବା ପରେ ଏହା ଥିଲା ପ୍ରଥମ ନିର୍ବାଚନ। ନିର୍ବାଚନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପ୍‌କାର ମେଣ୍ଟ ଆଗରେ ରହିଛି। ଫାରୁକ୍‌ଙ୍କ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି), ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଓ ଅନ୍ୟ ଆଞ୍ଚଳିକ ଦଳଗୁଡ଼ିକୁ ନେଇ ଗଠିତ ଗୁପ୍‌କାର ମେଣ୍ଟ ୧୧୩ ଆସନରେ ଆଗରେ ରହିଥିବାବେଳେ ଭାଜପା ୬୯ଟିରେ ଓ କଂଗ୍ରେସ ୨୩ ଆସନରେ ଆଗୁଆ ଅଛି। ୨୮୦ ଆସନରେ ଭୋଟଗଣତି ଜାରି ରହିଛି। ନିର୍ବାଚନରେ ଇଭିଏମ୍‌ ପରିବର୍ତ୍ତେ ବାଲଟ ପେପର ବ୍ୟବହାର କରାଯାଇଥିବାରୁ ଫଳାଫଳ ବିଳମ୍ବିତ ହୋଇପାରେ। ଗତ ୨୫ ଦିନରେ ୮ଟି ପର୍ଯ୍ୟାୟରେ ଡିଡିସି ନିର୍ବାଚନ ଅନୁଷ୍ଠିତ ହୋଇଥିଲା।
ମୁଖ୍ୟ ଆଞ୍ଚଳିକ ଦଳଗୁଡ଼ିକର ମେଣ୍ଟ ସତ୍ତ୍ୱେ ଭାଜପା ପ୍ରାର୍ଥୀ ଐଜାଜ ହୁସେନ୍‌ ଶ୍ରୀନଗରର ଖୋନ୍‌ମୋହ-୨ ଡିଡିସି ଆସନରେ ବିଜୟୀ ହୋଇଛନ୍ତି। ସେହିପରି ବନ୍ଦିପୋରା ଜିଲାର ତୁଲାଇଲ୍‌ ଆସନରୁ ଦଳୀୟ ପ୍ରାର୍ଥୀ ଐଜାଜ୍‌ ଅହମଦ ଖାନ୍‌ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri