Posted inଜାତୀୟ

ଗର୍ଜିଲେ ଶାହା: ଟାର୍ଗେଟରେ ସୋନିଆ-ରାହୁଲ

ନୂଆଦିଲ୍ଲୀ,୧୭ ।୧୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁପକାର ଗୋଷ୍ଠୀ ସହ ଜଡିତ ଦଳ ଗୁଡିକ ଉପରେ ଖୁବ୍ ବର୍ଷିଛନ୍ତି । ମଙ୍ଗଳବାର ଶାହା କହିଛନ୍ତି ଗୁପକାର ଗ୍ୟାଙ୍ଗର ଗୋଷ୍ଠୀ ଏବେ ବିଶ୍ୱବ୍ୟାପୀ ହୋଇଯାଇଛି । ଏହି ଗ୍ୟାଙ୍ଗ ଉପରେ ତ୍ରିରଙ୍ଗାକୁ ଅପମାନ କରିଥିବା ଅଭିଯୋଗ କରିଛନ୍ତି ଶାହା । ଏହାସହ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ଶାହା ପ୍ରଶ୍ନ କରିଛନ୍ତି ଏମାନେ ଏହି ଗୁପକାର ଗ୍ୟାଙ୍ଗକୁ ସମର୍ଥନ କରିଛନ୍ତି କି । ଏହି ଗ୍ୟାଙ୍ଗ ପୁଣିଥରେ ଜମ୍ମୁ-କଶ୍ମୀରକୁ ଅଶାନ୍ତି ଓ ଆତଙ୍କବାଦ ଯୁଗକୁ ଫେରାଇ ନେଇଥିବା ଅଭିଯୋଗ କରିଛନ୍ତି ଶାହା । ସ୍ୱରାଷ୍ଟ୍ର ମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଗୁପକାର ଗ୍ୟାଙ୍ଗ ବିଶ୍ୱବ୍ୟାପୀ ହୋଇଗଲାଣି । ସେମାନେ ଚାହୁଁଛନ୍ତି ବିଦେଶୀ ସେନା ଜମ୍ମୁ ଓ କଶ୍ମୀରରେ ହସ୍ତକ୍ଷେପ କରନ୍ତୁ । ଏହି ଗ୍ୟାଙ୍ଗ ଭାରତୀୟଙ୍କ ତ୍ରିରଙ୍ଗାର ବି ଅପମାନ କରିଛନ୍ତି । ତେଣୁ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ କ’ଣ ଏହି ଗ୍ୟାଙ୍କକୁ ସମର୍ଥନ କରୁଛନ୍ତି ବୋଲି ଶାହା ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri