Posted inଜାତୀୟ

ଗୁପକର ଗ୍ରୁପର ଆଶା ପୁଣି ଫେରିବ ଅନୁଚ୍ଛେଦ ୩୭୦: ଆଜି ନିଷ୍ପତ୍ତି…

ନୂଆଦିଲ୍ଲୀ,୧୧।୧୨: ଅନୁଚ୍ଛେଦ ୩୭୦ ରଦ୍ଦ କରିବାକୁ କେନ୍ଦ୍ରର ନିଷ୍ପତ୍ତିର ସାମ୍ବିଧାନିକ ବୈଧତା ଉପରେ ସୋମବାର ସୁପ୍ରିମକୋର୍ଟ ଏହାର ରାୟ ପ୍ରଦାନ କରିବେ। ଜମ୍ମୁ-କଶ୍ମୀରର ଅନେକ ଦଳ ପୁରୁଣା ବ୍ୟବସ୍ଥା ପୁନଃ ସ୍ଥାପିତ ହେବ ବୋଲି ଆଶା ପ୍ରକଟ କରିଛନ୍ତି। ଏଥି ସହ ଭାରତୀୟ ଜନତା ପାର୍ଟି (ଭାଜପା) କହିଛି ସର୍ବୋଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶରେ କୌଣସି ରାଜନୀତି ହେବା ଉଚିତ ନୁହେଁ ଏବଂ ସମସ୍ତେ ଏହାକୁ ସମ୍ମାନ ଦେବା ଉଚିତ।

ଏହି ଶୁଣାଣି ପୂର୍ବରୁ କଶ୍ମୀରରେ ଗ୍ରାଉଣ୍ଡ ସ୍ତରରେ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରାଯାଇଛି। ନ୍ୟାଶନାଲ କନଫରେନ୍ସ (ଏନସି) ନେତା ଓମାର ଅବଦୁଲ୍ଲା କହିଛନ୍ତି ଅନୁଚ୍ଛେଦ ୩୭୦ ରଦ୍ଦକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସର୍ବୋଚ୍ଚ ନ୍ୟାୟାଳୟର ପ୍ରତିକୂଳ ନିଷ୍ପତ୍ତି ହେଲେ ମଧ୍ୟ ତାଙ୍କ ଦଳ ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବ ନାହିଁ ଏବଂ ଏହାର ଆଇନଗତ ଲଢ଼େଇ ଜାରି ରଖିବ।
ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି କହିଛନ୍ତି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଗ୍ରହଣ କରିଥିବା ନିଷ୍ପତ୍ତି ବେଆଇନ ବୋଲି କୋର୍ଟଙ୍କ ରାୟ ସ୍ପଷ୍ଟ କରିବା ଉଚିତ। ସୂଚନାଯୋଗ୍ୟ, ଏନସି ଏବଂ ପିଡିପି ହେଉଛି ପିପୁଲ୍ସ ଆଲାଇନ୍ସ ଫର୍‌ ଗୁପକର ଡିକ୍ଲାରେଶନ ’ (ପିଜିଡିଏ) ର ଏକ ଅଂଶ, ଯାହାକୁ ଗୁପକର ଆଲାଏନ୍ସ ମଧ୍ୟ କୁହାଯାଏ। ଅନୁଚ୍ଛେଦ ୩୭୦ ପୁନରୁଦ୍ଧାର ପାଇଁ ଜମ୍ମୁ-କଶ୍ମୀରର ଅନେକ ଦଳ ମିଳିତ ହୋଇ ଏହା ଗଠନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri