ବାଣରୁ ଅଭିନେତାଙ୍କ ଘରେ ଲାଗିଗଲା ନିଆଁ, ଜଳି ପାଉଁଶ ହେଲା….

ମୁମ୍ବାଇ: ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ଅଭିନେତା ଗୁରଫତେହ ପିରଜାଦାଙ୍କ ଘରେ ନିଆଁ ଲାଗିଥିବା ଖବର ସାମ୍ନାକୁ ଆସିଛି। ନେଟ୍‌ଫ୍ଲିକ୍ସର ‘ଲଷ୍ଟ ଷ୍ଟୋରିଜ୍‌ ୩’ରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିବା ଏହି ଅଭିନେତା ନିଜ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିରେ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି । ତାଙ୍କ ଘରର ବାଲକୋନିରେ ନିଆଁ ଲାଗିଥିବା ଫଟୋ ସେୟାର କରିବା ସହ ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା କହିଛନ୍ତି ।

ଗୁରଫତେହଙ୍କ କହିବା ଅନୁସାରେ, ବାଣ ଯୋଗୁଁ ତାଙ୍କ ଘରର ବାଲକୋନି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏହାସହ ବାଲକୋନି ପାଖରେ ଥିବା ଏକ ରୁମ୍‌ ମଧ୍ୟ ପ୍ରାୟ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାକୁ ନେଇ ସେ ବାଣ ଫୁଟାଉଥିବା ଲୋକଙ୍କ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକଙ୍କ ଏଭଳି ମୂର୍ଖତା ଆଶ୍ଚର୍ଯ୍ୟଜନକ। ବାଣ ଯୋଗୁଁ ତାଙ୍କର ପୂରା ବାଲକୋନି ନଷ୍ଟ ହୋଇଯାଇଛି। ବାଣ ଯୋଗୁଁ ସହରରେ ନିଆଁ ଲାଗୁଛି ଏବଂ ମୁମ୍ବାଇ ଏକ ‘ଗ୍ୟାସ୍‌ ଚାମ୍ବର’ରେ ପରିଣତ ହୋଇଛି ବୋଲି ସେ ମତ ଦେଇଛନ୍ତି। ନିଜ ପୋଷ୍ଟରେ ସେ ବିଏମ୍‌ସି ଓ ମୁମ୍ବାଇ ପୋଲିସକୁ ମଧ୍ୟ ଟ୍ୟାଗ୍‌ କରିଛନ୍ତି।

ଘରର କ୍ଷୟକ୍ଷତି ସହ ଦୀପାବଳି ପରେ ମୁମ୍ବାଇର ବାୟୁର ମାନକୁ ନେଇ ମଧ୍ୟ ଚିନ୍ତା ପ୍ରକାଶ କରିଛନ୍ତି ଅଭିନେତା। ତେବେ ତାଙ୍କ ଘରେ କେଉଁ ପରିସ୍ଥିତିରେ ନିଆଁ ଲାଗିଥିଲା, ସେ ସମ୍ପର୍କରେ ବିସ୍ତୃତ ସୂଚନା ଦେଇନାହାନ୍ତି। ତାଙ୍କ ପୋଷ୍ଟ ପରେ ପ୍ରଶଂସକମାନେ ଘରର ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସ୍‌ରେ ‘ରାମାୟଣ’ ଧମାକା: ‘ଧୁରନ୍ଧର ୨’କୁ ପକାଇଲା ପଛରେ

ମୁମ୍ବାଇ:ରଣବୀର କପୁରଙ୍କ ଅଭିନୀତ ଫିଲ୍ମ ‘ରାମାୟଣ: ପାର୍ଟ ୧’ ବକ୍ସ ଅଫିସ୍‌ରେ ଆଉ ଏକ ବଡ଼ ରେକର୍ଡ କରିଛି। ରିଲିଜ୍‌ର ମାତ୍ର ୫ ଦିନ ମଧ୍ୟରେ ଫିଲ୍ମର…

ଅର୍ଶଦୀପ ସିଂହଙ୍କ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେବା ଖବରକୁ ନେଇ ତାଙ୍କ ପିତା କହିଲେ ଏମିତି…

ନୂଆଦିଲ୍ଲୀ,୧୦।୧୧: ଏହା ନିଶ୍ଚିତ ଯେ ଆଇପିଏଲ (IPL) ୨୦୨୭ରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହ ନୂତନ ଦଳ ସହ ରହିବେ। କିଛି ଦିନ ପୂର୍ବରୁ ଆସିଥିବା…

ମନର ସ୍ୱାସ୍ଥ୍ୟ ନେଇ ସ୍କୁଲରେ ବଡ଼ …

କେସିଙ୍ଗା, ୧୦।୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅନ୍ତର୍ଗତ ବୋରିଆ ପଞ୍ଚାୟତ ହାଇସ୍କୁଲ ପରିସରରେ ମଙ୍ଗଳବାର ମାନସିକ ସ୍ୱାସ୍ଥ୍ୟ ସନ୍ତୁଳନ ଉପରେ ଏକ ସଚେତନତା…

ଗୋବର୍ଦ୍ଧନ ପୂଜା ଅବସରରେ ଗାଈକୁ ଘାସ ଖୁଆଇଲେ ପ୍ରଧାନମନ୍ତ୍ରୀ ମୋଦି, ଫଟୋ ବି ଶେୟାର କଲେ

ନୂଆଦିଲ୍ଲୀ,୧୦।୧୧: ପ୍ରଧାନମନ୍ତ୍ରୀ ମୋଦି ଗୋବର୍ଦ୍ଧନ ପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯେଉଁଥିରେ ସେ ଏକ ଗାଈକୁ ଘାସ…

‘ସାକ୍ଷାତ ସମୟରେ ଆଖି ମିଶାଇ କଥା ହୁଅନ୍ତି ନାହିଁ ମୋଦି’, ପ୍ରଧାନମନ୍ତ୍ରୀଙ୍କୁ ନେଇ ଏମିତି କିଛି କଥା ଉଲ୍ଲେଖ ରହିଛି ସୋନିଆଙ୍କ ପୁସ୍ତକରେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର କେବେବି କୌଣସି ପ୍ରକୃତ କିମ୍ବା ଗମ୍ଭୀର ଆଲୋଚନା ହୋଇନାହିଁ।…

ବିନା ଗୋଟିଏ ବଲରେ ରଦ୍ଦ ହେଲା ତୃତୀୟ ODI, ଭାରତର ଐତିହାସିକ ବିଜୟ ସ୍ବପ୍ନରେ ଲାଗିଲା ବ୍ରେକ୍‌! ଜାଣନ୍ତୁ କେବେ ହେବ ପରବର୍ତ୍ତୀ ମ୍ୟାଚ

ନୂଆଦିଲ୍ଲୀ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରାୟ ୫ ଘଣ୍ଟା ଧରି ପାଗ ଭଲ…

ଗୌତମ ଗମ୍ଭୀରଙ୍କୁ ଘେରିଲେ ପୂର୍ବତନ କୋଚ: ଉଠାଇଲେ ବଡ଼ ପ୍ରଶ୍ନ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୧୧:ଭାରତୀୟ ଦିନିକିଆ ଦଳରେ ଯୁବ ବ୍ୟାଟର୍‌ ଯଶସ୍ବୀ ଜୟସ୍ବାଲଙ୍କୁ ନିୟମିତ ସୁଯୋଗ ନ ମିଳିବା ନେଇ ପ୍ରଶ୍ନ ଉଠାଇଛନ୍ତି ଭାରତର ପୂର୍ବତନ ସହକାରୀ କୋଚ ରାୟାନ ଟେନ…

ORS ମନୀଷା ମିଶ୍ର ବରଖାସ୍ତ: ପ୍ରୋବେସନ୍ ଅବଧିରେ ଲାଞ୍ଚନେଇ ପଡ଼ିଲେ ଧରା

ଭୁବନେଶ୍ୱର,୧୦।୧୧: ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଓଡ଼ିଶା ରାଜସ୍ୱ ସେବା (ORS) ଅଧିକାରୀ ମନୀଷା ମିଶ୍ରଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରୋବେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?