Posted inଖେଳ

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ପ୍ରତିପକ୍ଷ ଭାରତ ବିପକ୍ଷରେ ୧୯୫ ରନର ଟାର୍ଗେଟ ଛିଡ଼ା କରିଛି। ଜବାବରେ ଭାରତ ୬ ଓଭର ଶେଷ ସୁଦ୍ଧା ୧ ଉଇକେଟ ହରାଇ ୪୭ ରନ କରିଛି।
ପାଇ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ଆରମ୍ଭରୁ ୩ ଉଇକେଟ ହରାଇଥିଲା। ଏହିଠାରୁ ଗୁରବାଜ ବିସ୍ଫୋରକ ବ୍ୟାଟିଂ କରିଥିବା ବେଳେ ଅନ୍ୟ ପଟେ ହଶମାତୁଲା ଧୈର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ଦୁହେଁ ଚତୁର୍ଥ ଉଇକେଟରେ ୧୧୬ ରନ ଯୋଡ଼ିଥିଲେ। ୪୮ତମ ବଲରେ ଶତକ ପୂରଣ କରିଥିବା ଗୁରବାଜ ୫୧ ବଲରେ ୧୦୨ ରନ କରି ଆଉଟ୍‌ ହୋଇଥିଲେ। ତାଙ୍କ ଇନିଂସରେ ୮ ଲେଖାଏ ଚୌକା ଓ ଛକା ସାମିଲ ଥିଲା। ଏହା ତାଙ୍କର ୯ମ ଦିନିକିଆ ଶତକ ଓ ଆଫଗାନିସ୍ତାନ ବ୍ୟାଟରଙ୍କ ମଧ୍ୟରେ ଦ୍ରୁତତମ ଶତକ ଥିଲା। ତାଙ୍କ ଉଇକେଟ ପଡ଼ିବା ସହ ଆଫଗାନିସ୍ତାନ ଇନିଂସ ଦିଗହରା ହୋଇଯାଇ ୨୪.୫ ଓଭରରେ ୧୯୪ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ଶାହିଦି ୨୭ ଓ ଆଜମାତୁଲା ଓମାରଜାଇ ୨୬ (୩ ଛକା) ରନ କରିଥିଲେ। ଭାରତ ପାଇଁ ଦୁଇ ପଦାର୍ପଣକାରୀ ଗୁରନୁର ବ୍ରାର ଓ ହର୍ଶ ଦୁବେ ୩ ଲେଖାଏ ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂ ଓ ନୀତୀଶ କୁମାର ରେଡ୍ଡୀ ୨ ଲେଖାଏ ଉଇକେଟ ହାତେଇଥିଲେ।
ସଂକ୍ଷିପ୍ତ ସ୍କୋର
ଆଫଗାନିସ୍ତାନ: ୨୪.୫ ଓଭରରେ ୧୯୪/ଅଲଆଉଟ୍‌(ରହମାନୁଲା ଗୁରବାଜ-୧୦୨, ହଶମାତୁଲା ଶାହିଦି-୨୭, ଗୁରନୁର ବ୍ରାର-୩/୨୭, ହର୍ଶ ଦୁବେ -୩/୪୭, ଅର୍ଶଦୀପ ସିଂ-୨/୨୭)।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?