ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ ଶନିବାର ଏବଂ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଷୟିକ ଶିବିରକୁ ଶନିବାର ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଥିଲେ।

ସେହିପରି ପ୍ରଦର୍ଶନୀ ଶିବିରକୁ ମତ୍ସ୍ୟ ଏବଂ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉଦ୍‌ଘାଟନ କରିଥିଲେ । ଜିଲା ସଭାପତି ତଥା ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୀଳମାଧବ ପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ଶିବିରରେ ଦଳୀୟ ଚିନ୍ତାଧାରା, ସଂଗଠନ, ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ବୌଦ୍ଧିକ ଏବଂ ସାଙ୍ଗଠନିକ ଦକ୍ଷତାର ବିକାଶ ସହ ୧୨ଟି ବିଭିନ୍ନ ପ୍ରସଙ୍ଗରେ କାର୍ଯ୍ୟକର୍ତ୍ତାଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା।

ଦୁଇ ଦିନିଆ ଶିବିରରେ ଏମ୍‌ପି ତଥା କାର୍ଯ୍ୟକ୍ରମର ରାଜ୍ୟ ସଂଯୋଜକ ବଳଭଦ୍ର ମାଝୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ପ୍ରଭାରୀ ଭଗବାନ ମହାନ୍ତି, ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର ରାଜକୁମାର ପୁଲୱାରିୟା, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ସୀମାଞ୍ଚଳ ଖଟେଇ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରଥ ବିଶାଳ, ଖୋର୍ଦ୍ଧା ପ୍ରଭାରୀ ପବିତ୍ର ଦାସ, ରାଜ୍ୟ ଯୁବମୋର୍ଚ୍ଚ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ ସମ୍ପାଦକ ସରୋଜ କର ଏବଂ ଭଗବାନ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ।

ପ୍ରଭାରୀ ଅରୁଣ କୁମାର ପଣ୍ଡା ଏବଂ ମହେଶ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବର୍ଗ ପ୍ରମୁଖ ବୁଲୁ ସ୍ବାଇଁ, କାର୍ଯ୍ୟକ୍ରମ ପ୍ରମୁଖ ରବୀନ୍ଦ୍ର କୁମାର ଗୌଡ଼, ନିୟନ୍ତ୍ରକ ଶିବାନନ୍ଦ ସ୍ବାଇଁ, ବର୍ଷା ନାୟକ, ବ୍ୟବସ୍ଥା ପ୍ରମୁଖ ଧୋବା ଗୌଡ଼, ଜିଲା ସାଧାରଣ ସମ୍ପାଦକ ସୀମାଞ୍ଚଳ ସାହୁ ଏବଂ ସନ୍ତୋଷ ପାଳଙ୍କ ସହିତ ସମସ୍ତ ଜିଲା ପଦାଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ। ଶିବିରରେ ୨୪ ମଣ୍ଡଳରୁ ୧୪୮ଜଣ କର୍ମକର୍ତ୍ତା ଯୋଗଦେଇ ତାଲିମ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri