ନିର୍ବାଚନରେ ବିଜୟ ପାଇଁ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଢେଙ୍କାନାଳ,୪।୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଭାଜପାର ନିର୍ବାଚନ ପରିଚାଳନା କମିଟି ବୈଠକ ଜିଲା କାର୍ଯ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାଜପାର ଜାତୀୟ ଉପସଭାନେତ୍ରୀ ତଥା ରାଜ୍ୟ ସହ ପ୍ରଭାରୀ ଛତିଶଗଡ଼ ବିଧାୟିକା ଲତା ଉସେଣ୍ଡି ଯୋଗଦେଇ ଆସନ୍ତା ସାଧାରଣ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ସମେତ ୭ଟି ବିଧାନସଭା ଆସନରେ ଜିତିବା ପାଇଁ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ। ସେ କହିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶା ସବୁଠୁ ବେଶି ଲାଭାନ୍ବିତ। ସେଥିପାଇଁ ଓଡ଼ିଆମାନେ ସବୁଠୁ ବେଶୀ ମୋଦିଙ୍କୁ ପସନ୍ଦ କରୁଛନ୍ତି ଓ ଭଲ ପାଉଛନ୍ତି। ଢେଙ୍କାନାଳ ଲୋକ ସଭା କ୍ଷେତ୍ରରେ ମୋଦି ସରକାର ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସରେ ବହୁ ବିକାଶମୂଳକ କାର୍ଯ୍ୟ ହୋଇପାରିଛି। ରାଜ୍ୟ ଉପସଭାପତି ତଥା ଲୋକ ସଭା ପ୍ରଭାରୀ ଗୋଲକ ମହାପାତ୍ର କହିଲେ, କାର୍ଯ୍ୟକର୍ତ୍ତାମାନେ ଘର ଘର ବୁଲି ମୋଦି ସରକାରଙ୍କ ସମସ୍ତ ଯୋଜନା ଉପରେ ଲୋକଙ୍କୁ ସଚେତନ କରାଇବା ସହ ଲାଭାର୍ଥୀଙ୍କୁ ଭେଟିବା ଉପରେ ଗୁରୁତ୍ୱାରୋପ କରିଥିଲେ। ନିର୍ବାଚନ ପରିଚାଳନାର ସମସ୍ତ ଦିଗ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯିିବା ସହିତ ସମସ୍ତ ନିର୍ବାଚନମଣ୍ଡଳୀର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଏଥିସହିତ ନିର୍ବାଚନ ପରିଚାଳନା ରଣନୀତି ଉପରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଜିଲା ସଭାପତି ନରେଶଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ, ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣି, ପ୍ରେମାନନ୍ଦ ଜେନା, ପ୍ରଦୀପ ବିଶ୍ୱାଳ ପ୍ରମୁଖ ସଙ୍ଗଠନ ସମ୍ପର୍କରେ ଆଲୋଚନା କରିଥିଲେ। ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ଭାଜପା ନେତା କାଳନ୍ଦୀ ସାମଲ, କୃଷ୍ଣଚନ୍ଦ୍ର ପାତ୍ର, ଅଞ୍ଜଳି ବେହେରା, ଅଶୋକ ମହାନ୍ତି, ପ୍ରତାପଚନ୍ଦ୍ର ପ୍ରଧାନ, ଶତ୍ରୁଘ୍ନ ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିରୋଜ ନଳିନୀ ମହାଳିକ, ପ୍ରତିମା ମିଶ୍ର ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଢେଙ୍କାନାଳ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ପରଜଙ୍ଗ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରା, ନବକିଶୋର ଗୁରୁ ଓ ପର୍ଶୁରାମ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ରାମଚନ୍ଦ୍ର ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri