ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୃଜନଶୀଳ ଓଡ଼ିଶା ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅଧିନରେ ” ନବ ସୃଜନରେ ଅଭିଜ୍ଞ ଗୁରୁଙ୍କ ଭୂମିକା” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା।

ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଜେନାମଣି ସାହୁଙ୍କ ସମେତ ପ୍ରାକ୍ତନ ଅଧ୍ୟକ୍ଷ ବସନ୍ତ କୁମାର ସାମନ୍ତ, ଡ. ଯୁଧିଷ୍ଠିର ସ୍ଵାଇଁ, ଡ. ଶଙ୍କର ପ୍ରସାଦ ପଣ୍ଡା, ରଘୁନାଥ ନାୟକ ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ଥିଲେ । ଭାରତୀୟ ସଂସ୍କୃତି ଆଧାରରେ ଗୁରୁ ପୁଜନ ପରମ୍ପରାକୁ ପୁନର୍ଜୀବିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କଲେଜ ଅଧ୍ୟକ୍ଷ ତାଙ୍କ ଉଦବୋଧନରେ କହିଥିଲେ ।

ଏହି ଅବସରରେ ବରେଣ୍ୟ ଅତିଥି ଗଣ ମହର୍ଷି ବେଦବ୍ୟାସ ତଥା ଅନ୍ୟାନ୍ୟ ମହାନ ଗୁରୁମାନଙ୍କ ସ୍ମୃତି ଚାରଣ କରିବା ସହ ଗୁରୁ ଶିଷ୍ୟ ପରମ୍ପରାର ପବିତ୍ର ସମ୍ପର୍କକୁ ଅତୁଟ ରଖିବା ପାଇଁଁ ସଭାରେ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ । କଲେଜର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜକ ଅଧ୍ୟାପକ ଟୁନା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?