ଓଡିଏମ୍‌ ପରିସରରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୬।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱର ପଟିଆସ୍ଥିତ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ର ଆୟୋଜନ କରାଯାଇଥିଲା। ଭାରତୀୟ ସଂସ୍କୃତିରେ ଗୁରୁଶିଷ୍ୟ ପରମ୍ପରାକୁ ଉଜ୍ଜୀବିତ କରିବା ପାଇଁ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପରିସରରେ ଗୁରୁବାର ପୂର୍ବତନ ରାଷ୍ଟ୍ରପତି,ଦାର୍ଶନିକ ତଥା ରାଷ୍ଟ୍ରଗୁରୁ ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିନ ପାଳନ ହୋଇଥିଲା। ଏହି ଉପଲକ୍ଷେ ଓଡିଏମ୍‌ ଶିକ୍ଷା ସମୂହର ପ୍ରତିଷ୍ଠାତା ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଫେସର (ଡ.) ପି.କେ.ଦାସ ଏବଂ ଡ. ଜ୍ୟୋତ୍ସ୍ନା ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ସେହିଭଳି କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ପ୍ରତିଷ୍ଠାତା ଡ.ମୀନକେତନ,ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ସିଓଓ ସ୍ବୟନ୍‌ ସତ୍ୟେନ୍ଦୁଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ରାଧାକ୍ରିଷ୍ଣନ୍‌ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଗୁରୁପୂଜା ଓ ଗୁରୁବନ୍ଦନା କରିଥିଲେ। ଏପରିକି ପ୍ରାଚୀନ ଗୁରୁକୁଳ ରୀତିନୀତିରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ମୂଲ୍ୟବୋଧଭିିକ ସଙ୍ଗୀତ, ବକ୍ତୃତା, କବିତା ପଠନ, ଅଭିନୟ ଇତ୍ୟାଦି ପ୍ରଦର୍ଶିନୀ କରାଯାଇଥିଲା। ଏହି ଅବସରରେ ଡ. ମୀନକେତନ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସଙ୍ଗେ ସଙ୍ଗେ ଶିକ୍ଷକମାନଙ୍କ ଗୁରୁଦାୟିତ୍ୱ ଏବଂ କର୍ତ୍ତବ୍ୟବୋଧକୁ ପ୍ରଶଂସା କରିଥିଲେ। ଗୁରୁଶିଷ୍ୟ ପରମ୍ପରାରେ ଆଜିର ଦିବସର ଅନେକ ମହତ୍ତ୍ୱ ରହିଛି ଏବଂ ଏହି ପରମ୍ପରା ସବୁଦିନ ପାଇଁ ସମାଜକୁ ଦିଗ୍‌ଦର୍ଶନ ପ୍ରଦାନ କରୁଥିବ ବୋଲି ସେ ଉଦ୍‌ବୋଧନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ‘ଗୁରୁଣାଂ ଗୁରୁ’ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅପରପକ୍ଷରେ ଡ. ମୀନକେତନ ବିଦ୍ୟାଳୟର ସମସ୍ତ ଗୁରୁଙ୍କୁ ସମ୍ବର୍ଦ୍ଧିତ କରିବା ସହ ସାଧୁବାଦ ଜଣାଇଥିଲେ। ଏହି ଅବସରରେ ବିଦ୍ୟାଳୟର ଶିକ୍ଷା ନିର୍ଦ୍ଦେଶକ ଡ. ଆର୍ତ୍ତତ୍ରାଣ ମିଶ୍ର, ଉପାଧ୍ୟକ୍ଷା ଡ. ସନ୍ଧ୍ୟାରାଣୀ ସ୍ବାଇଁ, ଉପାଧ୍ୟକ୍ଷ ଡ.ରାଜେଶ କୁମାର ପାଢ଼ୀଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଓ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri