ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ସ୍ପନ୍ଦନ-ସୁମିତ ଯୁଗ୍ମ ଟପ୍ପର

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରା ପଞ୍ଚାୟତ ଶିଶାଖାଲସ୍ଥିତ ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ପାସ୍‌ ହାର ଶତ ପ୍ରତିଶତ ରହିଛି। ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଆର୍‌ ସ୍ପନ୍ଦନ ଓ ସୁମିତ କୁମ୍ଭାର ୫୦୭ ମାର୍କ ରଖି ବିଦ୍ୟାଳୟର ଯୁଗ୍ମ ଟପ୍ପର ହୋଇଛନ୍ତି। ସେହିପରି ରାହୁଲ କୁମାର ୪୮୬, ପୀୟୂଷ ବାଗ ୪୮୨, ସିମନ୍ତନୀ ଭୋଇ ୪୬୮, ଜୟନ୍ତ ଭୋଇ ୪୬୫, ପ୍ରଜ୍ଞାମୈତ୍ରୀ ନାଗ ୪୪୬, ଚେଷ୍ଟିତା ପ୍ରଜ୍ଞା ସାହୁ ୪୩୭, ଶୋଭିତ ନାଗ ୪୩୨, ନିକିତା ପଧାନ ୪୩୦ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି ସଫଳତା ପାଇଁ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ସଭାପତି ଦୈତାରୀ ସାହୁ, ସମ୍ପାଦକ ହେମନ୍ତ ସାହୁ, ଅଧ୍ୟକ୍ଷ ଶ୍ୟାମ କୁମାର ବାଗ, ପରିଚାଳନା ନିର୍ଦ୍ଦେଶିକା ସଂଯୁକ୍ତା ସାହୁ, ଅନୁଷ୍ଠାନର ସେବକ ପୀତାମ୍ବର ସାହୁ ତଥା ଗୁରୁଦେବ ଶ୍ରୀ ରାମଚନ୍ଦ୍ର ଜୀ ମହାରାଜ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri