ଫସିଗଲେ ରାପର ବାଦ୍‌ଶାହା,ଗଣିବାକୁ ପଡ଼ିଲା ୧୫ ହଜାର ୫୦୦ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୧୭।୧୨: ଖ୍ୟାତନାମା ଗାୟକ ତଥା ରାପର ବାଦ୍‌ଶାହାଙ୍କ କଟିଛି ଚାଲାଣ। ଭୁଲ ରାସ୍ତାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ଦିଲ୍ଲୀ ପୋଲିସ ତାଙ୍କର ୧୫ ହଜାର ୫୦୦ ଟଙ୍କାର ଚାଲାଣ କାଟିଥିବା ଜଣାପଡ଼ିଛି।

ରବିବାର ବାଦଶାହା ନିଜର ୩ କାର୍‌ ସହ କନଭେନକୁ ନେଇ ପଞ୍ଜାବୀ ଗାୟକ କରଣ ଔାଜଲା କନସର୍ଟରେ ପହଞ୍ଚିଥିଲେ। ଏହି କନ୍‌ସର୍ଟ ଗୁରୁଗାଓଁର ସେକ୍ଟର ୬୮ରେ ଥିଲା। ଏହି ସମୟରେ ତାଙ୍କ ଗାଡ଼ିକୁ ସେ ରଙ୍ଗ୍‌ ଓ୍ବେ(ଭୁଲ ରାସ୍ତା)ରେ ଚଳାଇଥିଲେ,ଏହାର ପରିଣାମସ୍ବରୂପ ତାଙ୍କୁ ଚାଲାଣ ଗଣିବାକୁ ପଡ଼ିଛି। ସେ ଟ୍ରାଫିକ ନିୟମକୁ ଫୁ’ କରିଥିବାର ଫଟୋ ସିସିଟିଭିରେ କଏଦ ହୋଇଛି।

ପୋଲିସ କହିଛି, ବାଦ୍‌ଶାହାଙ୍କ କନଭେନରେ ଗୋଟିଏ ଥର୍‌ ଗାଡ଼ି ଥିଲା। ଏଥିରେ ନମ୍ବର ପ୍ଲେଟ୍‌ ଲାଗିଥିଲା। ସେହି ଗାଡ଼ିରେ ରାପର ବାଦ୍‌ଶାହା ବସିଥିଲେ। ଗାଡ଼ିଟି ପାନିପତର ଦୀପେନ୍ଦ୍ର ମାଳିଙ୍କ ନାମରେ ରେଜିଷ୍ଟର୍ଡ ଥିଲା। ହେଲେ ବାଦ୍‌ଶାହାଙ୍କ ଚାଲାଣ କାଟି ପୋଲିସ ଆଇନ ଆଗରେ ସବୁ ସମାନ ବୋଲି ବଡ଼ ସନ୍ଦେଶ ଦେଇଛି।

 

View this post on Instagram

 

A post shared by BADSHAH (@badboyshah)


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri