ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ: ଗୁରୁକୁଳର ମାହୋଲ ସାଙ୍ଗକୁ ଶିଶୁ ବାଟିକାର ଶୁଭାରମ୍ଭ

ଦାରିଙ୍ଗବାଡି,୨।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ବୁଧବାର ବିଦ୍ୟାଳୟ ଗୁଡିକରେ ଶିଶୁ ବାଟିକାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କୁ ନେଇ ପ୍ରବେଶ ଉତ୍ସବ କରାଯିବା ସହ ସେମାନଙ୍କୁ ନୂଆ କଳା ପଟା ସହ ଖଡ଼ି, ପାଠ୍ୟ ପୁସ୍ତକ ଦିଆଯାଇଥିଲା ଏହି ଅବସରରେ ସରସ୍ବତୀ ଓ ଗଣେଶ ପୂଜା ଢାଞ୍ଚାରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମ କରାଯାଇ ଶିଶୁମାନଙ୍କୁ ବିଦ୍ୟାଳୟକୁ ଆସିବା ପାଇଁ ଆବଶ୍ୟକ ଉତ୍ସାହ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକମାନେ ଶିଶୁ ମାନଙ୍କୁ ଯେଉଁ ଭଳି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଓ ଛୋଟ ଶିଶୁଙ୍କ ମଧ୍ୟରେ ଯେଉଁ ଭଳି ଉତ୍ସାହ ଉଦ୍ଦିପନା ଦେଖିବାକୁ ମିଳିଥିଲା ସେହିସମୟରେ ବିଦ୍ୟାଳୟ ପରିସର ମଧ୍ୟରେ ଏକ ପ୍ରକାର ଗୁରୁକୁଳର ପରିବେଶ ସୃଷ୍ଟି ହୋଇଥିଲା। ଗୁରୁକୁଳରେ ଯେଉଁଭଳି ଗୁରୁ ଶିଷ୍ୟର ଭାବ ଆଦାନ ପ୍ରଦାନ ହୁଏ ଠିକ ସେହିପରି ଏହି ପ୍ରବେଶ ଓ ଖଡ଼ି ଛୁଆଁ ଉତ୍ସବରେ ପରିବେଶ ସୃଷ୍ଟି ହୋଇଥିଲା । ଏହି ଅବସରରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ଶିକ୍ଷା ସଚେତନ ରଥର ଉଦ୍‌ଘାଟନ କରାଯାଇଥିଲା।  ଏହାକୁ ଏବିଇଓ ତଥା ବିଆରସିସି ଗୋକୁଳାନନ୍ଦ ନାୟକ ଉଦଘାଟନ କରିଥିଲେ। ସମସ୍ତ ୨୫ଟି ପଞ୍ଚାୟତର ହେଡକ୍ୱାଟର ବିଦ୍ୟାଳୟରେ ଆସନ୍ତା ୫ ପର୍ଯ୍ୟନ୍ତ ବୁଲି ଏହି ରଥ ସଚେତନ କରିବ।
ସେହିପରି କିରିକୁଟି କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ଏହି ଉତ୍ସବ ବଡ ଧୁମ ଧାମ ରେ ପାଳିତ ହୋଇଯାଇଛି ସିଆରସିସି ରାକେଶ କୁମାର ସାହୁଙ୍କ ତତ୍ୱାବଧାନରେ କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ମାର୍କେଣ୍ଡଶ୍ୱର ପାତ୍ର,କୃତିବାସ ପାତ୍ର, ଶିଶୁଙ୍କ ଅଭିଭାବକ ଓ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ମାନେ ଯୋଗଦେଇ ଏହି ଉତ୍ସବ କୁ ଗୌରବାନୱିତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?