ଗୁରୁମନ୍ତ୍ର ଦେବେ ନବୀନ

ଭୁବନେଶ୍ବର, ୨୩ା୮(ବ୍ୟୁରୋ):ବିଜେଡି ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଆଗକୁ ଦଳର କାର୍ଯ୍ୟକ୍ରମ ନେଇ ଯୋଜନା ଆରମ୍ଭ କରିଛି। ପ୍ରଥମେ ବରିଷ୍ଠ ପର୍ଯ୍ୟବେକ୍ଷକ, ବିଜୁ ଯୁବ ଜନତା ଦଳ ତାଲିକା ଏବଂ ସୋମବାର ବିଜୁ ଛାତ୍ର ଜନତା ଦଳର ସାଙ୍ଗଠନିକ ପୁନର୍ଗଠନ କରାଯାଇଛି। ଏପରିସ୍ଥଳେ ବିଜେଡି ବିଧାୟକ ଏବଂ ମନ୍ତ୍ରୀମାନଙ୍କୁ ନେଇ ଆସନ୍ତା ୨୮ରେ ଏକ ସମ୍ମିଳନୀ କରିବାକୁ ଯାଉଛି। ସକାଳ ୮ଟାରେ ସମ୍ମିଳନୀ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। କେବଳ ବିଧାୟକ ଏବଂ ମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ କାହାରିକୁ ବୈଠକରେ ସାମିଲ କରାଯିବ ନାହିଁ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବା ସହ ବିଧାୟକ, ମନ୍ତ୍ରୀଙ୍କଠାରୁ କିଛି ପ୍ରସ୍ତାବ ନେବେ ଆଉ ସେ କିଛି ଦେବେ। ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଧାୟକ, ମନ୍ତ୍ରୀମାନେ କିପରି ଉନ୍ନୟନମୂଳକ କାର୍ଯ୍ୟ ଆଗକୁ ନେଇପାରିବେ, ପ୍ରଶାସନିକ ଅଧିକାରୀଙ୍କ ସହ କିପରି ଉତ୍ତମ ସମନ୍ବୟ ରହିବ ସେନେଇ ଆଲୋଚନା ହେବ। ଏହାସହ ସମସ୍ତ ବିଧାୟକ ନିଜ ନିର୍ବାଚନମଣ୍ଡଳୀରେ କରିଥିବା ସକ୍ରିୟ ସଦସ୍ୟତାର ପୁନଃ ଯାଞ୍ଚ ହେବ। ଏହାର କାଗଜପତ୍ର ପୁଣିଥରେ ଦାଖଲ କରିବାକୁ କୁହାଯାଇଛି। ଏଥିସହ ଯୁବ ଏବଂ ଛାତ୍ରନେତାଙ୍କୁ କିଭଳି ଅଧିକ ସୁଦୃଢ କରିହେବ ସେନେଇ ଆଲୋଚନା ହେବ। ଏଥିରେ କୋଅପରେଟିଭ ବ୍ୟାଙ୍କ ନିର୍ବାଚନ ସମ୍ପର୍କରେ ମଧ୍ୟ ଆଲୋଚନା ହେବ ବୋଲି ଜାଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri