Posted inଖେଳ

ସିପିଏଲ୍‌ରେ ସର୍ବନିମ୍ନ ବିଜୟ ଲକ୍ଷ୍ୟ

ଟାରୋବା (ଓ୍ବେଷ୍ଟଇଣ୍ଡିଜ), ୨୪ା୮ (ପି.ଟି.)-ଗୁୟାନା ଆମାଜନ ଓ୍ବାରିୟର୍ସ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଇତିହାସରେ ସବୁଠାରୁ କମ୍‌ ରନ୍‌ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ହେଁ ଜାମାଇକା ତଲାଓ୍ବାସ୍‌ ବିପକ୍ଷରେ ୧୪ରନରେ ବିଜୟ ହାସଲ କରିଛି। ବ୍ରେଣ୍ଡନ କିଙ୍ଗ୍‌ (୨୯ରନ) ଓ ଚନ୍ଦ୍ରପଲ୍‌ ହେମରାଜ (୨୧ରନ) ଓପନିଂ ପାର୍ଟନରଶିପ୍‌ରେ ୫.୪ ଓଭରରେ ୫୬ ରନ ଯୋଗ କରି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବାରିୟର୍ସକୁ ଭଲ ଆରମ୍ଭ ଦେଇଥିଲେ। ମାତ୍ର ପରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଓ୍ବାରିୟର୍ସ ୧୯.୧ ଓଭରରେ ୧୧୮ରନ କରି ଅଲଆଉଟ ହୋଇଯାଇଥିଲା। ତଲାଓ୍ବାସ ତରଫରୁ ମୁଜିବୁର ରହମନ ଓ କାର୍ଲୋସ ବ୍ରାଥଓ୍ବେଟ୍‌ ତିନୋଟି ଲେଖାଏଁ ଉଇକେଟ କରିଥିବାବେଳେ ସନ୍ଦୀପ ଲାମିଚାନେ ୨ ଉଇକେଟ ସଫଳତା ପାଇଥିଲେ। ୧୧୯ ରନର ବିଜୟ ଲକ୍ଷ୍ୟ ପିଛା କରିବାକୁ ଯାଇ ତଲଓ୍ବାସ୍‌ର ଦୁଇ ଓପନର କୌଣସି ରନ ସଂଗ୍ରହ ନ କରି ପ୍ୟାଭିଲିୟନ ଫେରିଥିଲେ। ୧୩ତମ ଓଭର ବେଳକୁ ମାତ୍ର ୪୮ରନରେ ବ୍ୟାଟିଂ ଲାଇନ୍‌ ଅପ୍‌ର ଅଧା ବ୍ୟାଟ୍ସମ୍ୟାନ ଆଉଟ ହୋଇଯାଇଥିଲେ। ଆନ୍ଦ୍ରେ ରସେଲ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ ହେଁ ଦଳକୁ ଜିତାଇପାରି ନ ଥିଲେ। ସେ ୪ ଚୌକା ଓ ୫ ଛକା ସହିତ ୩୭ ବଲ୍‌ରେ ୫୨ରନ କରି ଅପରାଜିତ ରହିଥିଲେ। ତଲାଓ୍ବାସ ଦଳ ୨୦ ଓଭରରେ ୭ ଉଇକେଟ ବିନିମୟରେ ୧୦୪ ରନ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri