Posted inଖେଳ

ଜ୍ଞାନେନ୍ଦ୍ର ନିଙ୍ଗୋମ୍ବମ ହକି ଇଣ୍ଡିଆ ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୭।୧୧(ପି.ଟି.): ମଣିପୁରର ଜ୍ଞାନେନ୍ଦ୍ର ନିଙ୍ଗୋମ୍ବମ ହକି ଇଣ୍ଡିଆ (ଏଚ୍‌ଆଇ)ର ନୂଆ ଅଧ୍ୟକ୍ଷ ଭାବେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। ମହମ୍ମଦ ମୁସ୍ତାକ ଅହମ୍ମଦଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯିବା ପରେ ଜ୍ଞାନେନ୍ଦ୍ର ଏହି ଗୁରୁଦାୟିତ୍ୱ ସମ୍ଭାଳିବେ। ନ୍ୟାଶନାଲ ସ୍ପୋଟର୍‌ସ କୋଡ୍ସ ଟେନ୍ୟୁଅର ଗାଇଡ୍‌ଲାଇନ୍‌ର ଉଲ୍ଲଂଘନ କରିଥିବାରୁ କ୍ରୀଡ଼ା ମନ୍ତ୍ରଣାଳୟ ତାଙ୍କୁ ପଦ ଛାଡିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲା।
ତେବେ ଅହମ୍ମଦ ହକି ଇଣ୍ଡିଆ କଂଗ୍ରେସ୍‌ ଓ ନିର୍ବାଚନରେ ସିନିୟର ଭାଇସ୍‌ ପ୍ରେସିଡେଣ୍ଟ ପଦକୁ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚତ ହେବା ପରେ ଫେଡେରେଶନରେ ନିଜର ସ୍ଥିତି ବଜାୟ ରଖିବାକୁ ସକ୍ଷମ ହୋଇଥିଲେ। ଭିଡିଓ କନଫେରେନ୍ସ ମାଧ୍ୟମରେ ମେମ୍ବର ୟୁନିଟ୍‌ ସଦସ୍ୟମାନେ ବୈଠକରେ ଯୋଗ ଦେଇଥିଲେ।
ଏଥିସହ ଉତ୍ତରପୂର୍ବାଞ୍ଚଳର ପ୍ରଥମ ଅଧ୍ୟକ୍ଷ ଭାବେ ଜ୍ଞାନେନ୍ଦ୍ର ହକି ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ। ଜୁଲାଇରେ ଅହମ୍ମଦ ବ୍ୟକ୍ତିଗତ ଓ ପାରିବାରିକ କାରଣରୁ ପଦରୁ ଇସ୍ତଫା ଦେବା ପରେ ଜ୍ଞାନେନ୍ଦ୍ର ‘ଅଫିସିଏଟିଂ ପ୍ରେସିଡେଣ୍ଟ’ ପଦରେ ରହିଥିଲେ। ତାଙ୍କୁ ଇସ୍ତଫା ଦେବାକୁ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେବା ପରେ ଅହମ୍ମଦ ଏହାକୁ ଅଭିସନ୍ଧିମୂଳକ ବୋଲି କହିଥିଲେ। ନ୍ୟାଶନାଲ ସ୍ପୋଟର୍‌ସ କୋଡ ଅନୁସାରେ କୌଣସି ପଦାଧିକାରୀ କ୍ରମାଗତ ୩ଟି ଅବଧିରେ କାର୍ଯ୍ୟକାରିବାର ନିୟମ ନାହିଁ। ତେଣୁ ଏଥପାଇଁ ଅହମ୍ମଦଙ୍କୁ ଇସ୍ତଫା ଦେବାକୁ କୁହାଯାଇଥିଲା। ଅହମ୍ମଦ ପୂର୍ବରୁ ୨୦୧୦- ୧୪ରେ ହକି ଇଣ୍ଡିଆର କୋଷାଧ୍ୟକ୍ଷ ଭାବେ କାର୍ଯ୍ୟ କରିସାରିବା ପରେ ୨୦୧୪ରେ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱରେ ଥିଲେ। ପୁଣି ସେ ୨୦୧୮ରେ ହକି ଇଣ୍ଡିଆର ଅଧ୍ୟକ୍ଷ ଆଉ ୪ ବର୍ଷ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ।
ଜ୍ଞାନେନ୍ଦ୍ର ୨୦୦୯- ୨୦୧୪ ମଧ୍ୟରେ ମଣିପୁର ହକି ପାଇଁ ୨ ବର୍ଷ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ କାର୍ଯ୍ୟକରିଥିଲେ। ହକି ସହିତ ସେ ପାଖାପାଖି ଗୋଟିଏ ଦଶନ୍ଧିଧରି କାର୍ଯ୍ୟ କରିଥିଲେ। ଉତ୍ତରାପୂର୍ବାଞ୍ଚଳରେ ସେ ତୃଣମୂଳସ୍ତରରେ ହକିର ଉନ୍ନତି ପାଇଁ ଓତପ୍ରୋତ ଭାବେ ଜଡିତ ରହି ଆସିଛନ୍ତି।
ଅହମ୍ମଦଙ୍କ କାର୍ଯ୍ୟକାଳରେ ହକି ଇଣ୍ଡିଆ ୨୦୧୮ ବିଶ୍ୱକପ୍‌ ସହ ଏକାଧିକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ସଫଳତାର ସହ ଆୟୋଜନ କରିଥିଲା। ନୂଆ ଅଧ୍ୟକ୍ଷ ଜ୍ଞାନେନ୍ଦ୍ରଙ୍କୁ ହକି ଇଣ୍ଡିଆ ସାଧାରଣ ସମ୍ପାଦକ ରାଜିନ୍ଦର ସିଂ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?