Posted inଜାତୀୟ

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ କମିଶନ ମୋଦି ସରକାରଙ୍କ ଇସାରାରେ କାର୍ଯ୍ୟ କରୁଥିବା ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଅଭିଯୋଗ କରାଯାଇଛି। ଫଳରେ ଲୋକଙ୍କ ମତଦାନ ଅଧିକାର ବିପଦରେ ଥିବା ଇଣ୍ଡିଆ ବ୍ଲକ୍‌ ପକ୍ଷରୁ କୁହାଯାଇଛି।

ମହାଭିଯୋଗ କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏକ ବଡ଼ ଦାବି କରିଥିଲେ। ସେ କହିଥିଲେ ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ। ଏପରକି ଜ୍ଞାନେଶଙ୍କ ନିରପେକ୍ଷତା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ସେ କହିଥିଲେ, ଜ୍ଞାନେଶ କୁମାରଙ୍କ ବିରୋଧରେ ତାଙ୍କ ପାଖରେ ପ୍ରମାଣ ଅଛି। ଯେଉଁମାନେ ଭୋଟ କାଟିବେ ସେମାନେ ଦେଶର ଅପରାଧୀ। ତେଣୁ, ଭୋଟ ଚୋରି ବିରୋଧରେ ଲଢ଼ିବାର ଆବଶ୍ୟକତା ରହିଥିବା ରାହୁଲ କହିଥିଲେ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବାସଭବନଠାରେ ଅନୁଷ୍ଠିତ ସାର୍ବଜନୀନ ମହାଭିଯୋଗ କାର୍ଯ୍ୟକ୍ରମକୁ ଲୋକ ସଭାର ପୂର୍ବତନ ବାଚସ୍ପତି ମୀରା କୁମାର ପରିଚାଳନା କରିଥିଲେ। ଇଣ୍ଡିଆ ବ୍ଲକ୍‌ ନେତା, ଏମ୍‌ପି, ସିଭିଲ ସୋସାଇଟି ପ୍ରତିନିଧି ଏବଂ ଭୋଟର ତାଲିକାରୁ ଭୁଲ୍‌ବଶତଃ ନାମ କଟିଥିବା ଅନ୍ୟ ବ୍ୟକ୍ତିବିଶେଷ ଉକ୍ତ ବୈଠକରେ ଯୋଗ ଦେଇଥିଲେ। ସିଇସି ଜ୍ଞାନେଶ କୁମାରଙ୍କ ବହିଷ୍କାର ପାଇଁ ଚାପ ବଢ଼ାଇବାକୁ ରବିବାର ଦିଲ୍ଲୀରେ ହେବାକୁ ରାଲି ନିମନ୍ତେ ସେମାନେ ମାହୋଲ ପ୍ରସ୍ତୁତ କରିଥିଲେ।

ମହାଭିଯୋଗ ପ୍ରସ୍ତାବ ଉପସ୍ଥାପନ କରି ଖାର୍ଗେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ଦେଶଦ୍ରୋହ ଅଭିଯୋଗ ସମେତ ୬ଟି ଅଭିଯୋଗ ଆଣିଥିଲେ। ସେ ସିଇସିଙ୍କ ବହିଷ୍କାର ଦାବି କରିବା ସହ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପରିଚାଳନା କରୁଥିବା ୨୦୨୩ର ଆଇନକୁ ରଦ୍ଦ କରିବା ଏବଂ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ବନ୍ଦ କରିବାକୁ ଦାବି କରିଥିଲେ।

ରାଜ୍ୟ ସଭାର ବିରୋଧୀ ଦଳ ନେତା ଖାର୍ଗେ ଅଭିଯୋଗ କରିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶରେ ଜ୍ଞାନେଶ କୁମାର ନିର୍ବାଚନ କମିଶନ ଚଳାଉଛନ୍ତି, ଯେଉଁଥିପାଇଁ ଭୋଟଦାନ ଅଧିକାର ବିପଦରେ ପଡ଼ିଥିବା କହିଛନ୍ତି। ପୂର୍ବରୁ ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ଏମ୍‌ପିମାନେ ସିଇସିଙ୍କ ବହିଷ୍କାର ପାଇଁ ପ୍ରସ୍ତାବ ଅଣିଥିଲେ। କିନ୍ତୁ ସେମାନଙ୍କ ନୋଟିସକୁ ଅଗ୍ରାହ କରାଯାଇଥିଲା। ଏକ ସାମ୍ବିଧାନିକ ସଂସ୍ଥାର ମର୍ଯ୍ୟାଦାର ସୁରକ୍ଷା ପାଇଁ ଶନିବାର ଏହି ପ୍ରସ୍ତାବ ଅଣାଯାଇଛି। ଆମର ସିଇସିଙ୍କ ସହ କୌଣସି ବ୍ୟକ୍ତିଗତ ଶତ୍ରୁତା ନାହିଁ। ସେ ନିରପେକ୍ଷ ଭାବେ କାର୍ଯ୍ୟ କରିବା ଆମେ ଚାହୁଁ। ଭୁଲ୍‌କ୍ରମେ ଲୋକମାନଙ୍କ ନାମ ଭୋଟର ତାଲିକାରୁ କାଟି ଦିଆଯିବାକୁ କେହି ଅନୁମତି ଦେବେ ନାହିଁ ବୋଲି ଖାର୍ଗେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ…

ମମତା ଯୋଜନା ନାଁ ରେ ମହିଳା ଙ୍କୁ ଠକେଇ: ଲକ୍ଷାଧିକ ଟଙ୍କା ଲୁଟି ନେଲେ ସାଇବର ଅପରାଧି

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମର ପି. ମିନି ରେଡ୍ଡୀ ନାମ୍ନୀ ଜଣେ ଗର୍ଭବତୀ ମହିଳା ଙ୍କୁ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?