Posted inଜାତୀୟ

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସମେତ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି ଏବଂ ଏହି ଷଡ଼ଯନ୍ତ୍ରରେ ସେମାନଙ୍କର ସମ୍ପୃକ୍ତି ଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତୁରନ୍ତ ଇସ୍ତଫା ଦେବା ଉଚିତ।
ଗୁରୁବାର ସାରେ ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ କହିଥିଲେ, ‘ଜ୍ଞାନେଶ କୁମାର ଇସ୍ତଫା ଦେବା ଉଚିତ। ଏହି ଭୋଟ ଚୋରିକୁ ପ୍ରମାଣିତ କରିବା ପାଇଁ ଆମ ପାଖରେ ଯଥେଷ୍ଟ ପ୍ରମାଣ ରହିଛି। ଜ୍ଞାନେଶ କୁମାର ନିଜ ପଦବୀ ସମ୍ପର୍କରେ ଗମ୍ଭୀରତାର ସହ ବିଚାର କରିବା ଆବଶ୍ୟକ। ପ୍ରଧାନମନ୍ତ୍ରୀ ଏବଂ ଅମିତ ଶାହା ଏହି ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି।’
ସେ କହିଲେ, ‘ଏହି ଲୋକମାନେ ଦେଶବିରୋଧୀ। ୨୦୨୩ ମସିହାରୁ ଆପଣମାନେ ଦେଖିଛନ୍ତି ଯେ ମୁଁ ପ୍ରମାଣ ସହ ମୋର ସ୍ବର ଉତ୍ତୋଳନ କରିଆସୁଛି। ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଏହି ଦେଶର ଗଣତାନ୍ତ୍ରିକ ଭିତ୍ତିଭୂମିକୁ ଦୁର୍ବଳ କରିବାକୁ ଚେଷ୍ଟା କରିଛନ୍ତି। ଏପରି କୌଣସି ପ୍ରଧାନମନ୍ତ୍ରୀ ନଥିଲେ ଯାହାଙ୍କୁ ‘ଆଣ୍ଟି-ଇନକମ୍ବେନ୍ସି’ Anti-incumbency (ସରକାରଙ୍କ ବିରୋଧୀ ଜନମତ)ର ସାମ୍ନା କରିବାକୁ ପଡ଼ିନାହିଁ। ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ହେରଫେର୍‌ କରାଯାଇଛି। ଭୋଟ ତାଲିକାରୁ ନାମ ବାଦ ଦିଆଯାଉଛି। ଦୁଇଜଣ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସମସ୍ତ ନିର୍ବାଚନରେ ଜାଲିଆତି ହୋଇଛି। ଭାଜପା କିପରି ସବୁବେଳେ ନିର୍ବାଚନ ଜିତୁଛି? କାହିଁକି ସରକାର ବିରୋଧୀ ଜନମତର କୌଣସି ପ୍ରଭାବ ପଡ଼ୁନାହିଁ? ଭାରତରେ ପ୍ରତ୍ୟେକ ସରକାରଙ୍କୁ ଏହାର ସାମ୍ନା କରିବାକୁ ପଡ଼ିଥାଏ; ବାଂଲାଦେଶ ଯୁଦ୍ଧ ଜିତିବା ପରେ ମଧ୍ୟ ଇନ୍ଦିରା ଗାନ୍ଧୀ ହାରିଯାଇଥିଲେ – ତେବେ ଭାଜପା କ୍ଷେତ୍ରରେ ଏପରି କାହିଁକି ଘଟୁନାହିଁ? ହଠାତ ସରକାର ବିରୋଧୀ ଜନମତର ଲହରୀ କୁଆଡ଼େ ଉଭେଇ ଯାଉଛି।’ ଏବେ ଏମିତି କହି ସରକାରଙ୍କ ସହ ନିର୍ବାଚନ ଆୟୋଗଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?