Posted inଜାତୀୟ

ଜ୍ଞାନବ୍ୟାପୀ-ଶୃଙ୍ଗାର ଗୌରୀ ମାମଲା: ହିନ୍ଦୁଙ୍କ ସପକ୍ଷରେ ଆସିଲା ରାୟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବାରାଣସୀରେ ଜ୍ଞାନବ୍ୟାପୀ ଏବଂ ଶୃଙ୍ଗାର ଗୌରୀ ମାମଲାରେ ସୋମବାର ଜିଲା କୋର୍ଟ ରାୟ ଦେଇଛନ୍ତି। ଶୃଙ୍ଗାର ଗୌରୀରେ ପୂଜାପାଠ କରିବାର ଅଧିକାର ପାଇଁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଶୁଣାଣି ଯୋଗ୍ୟ ବୋଲି କହିଛନ୍ତି।
ହିନ୍ଦୁ ପକ୍ଷ ଜ୍ଞାନବ୍ୟାପି କମ୍ପ୍ଲେକ୍ସରେ ଅବସ୍ଥିତ ଶୃଙ୍ଗାର ଗୌରୀ ସମେତ ଅନ୍ୟ ଧାର୍ମିକ ସ୍ଥାନରେ ନିୟମିତ ପୂଜାପାଠ କରିବାକୁ ଅନୁମତି ମାଗିଥିଲେ। ଏଥି ସହିତ ମୁସଲିମ ପକ୍ଷ ଏହି ମାମଲାକୁ ଖାରଜ କରିବାକୁ ଦାବି କରି କୋର୍ଟରେ ଏହା ଶୁଣାଣି ଯୋଗ୍ୟ ନୁହେଁ ବୋଲି ଯୁକ୍ତି ବାଢିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୨ ସେପ୍ଟେମ୍ବର ୨୦୨୨ରେ ହେବ। ମିଳିଥିବା ସୂଚନା ପରେ ମୁସଲମାନ ପକ୍ଷ ଏବେ ହାଇକୋର୍ଟ ଯିବେ।
ସୂଚନାଯୋଗ୍ୟ, ୧୯୯୧ ମସିହା ପୂର୍ବରୁ ଜ୍ଞାନବ୍ୟାପୀ ମସଜିଦ ପରିସରରେ ଥିବା ଶୃଙ୍ଗାର ଗୌରୀ ମନ୍ଦିରରେ ଯେପରି ପୂଜାର୍ଚ୍ଚନା ହେଉଥିଲା ଏବେ ବି ସେପରି ପୂଜାର୍ଚ୍ଚନା କରିବାକୁ ଅନୁମତି ଦେବାକୁ ଗତ ବର୍ଷ ଏକ ଆବେଦନ କରାଯାଇଥିଲା । ଗତ ବର୍ଷ ମେ’ ମାସରେ ଦିଲ୍ଲୀର ରାକ୍ଷୀ ସିଂ ଏବଂ ବାରାଣାସୀର ୪ଜଣ ମହିଳା ସିଭିଲ ଜଜଙ୍କ କୋର୍ଟରେ ଏହି ଆବେଦନ କରିଥିଲେ। ଏହାପରେ ବିଚାରପତିଙ୍କ ନିର୍ଦ୍ଦେଶକ୍ରମେ ଜ୍ଞାନବ୍ୟାପୀ ମସଜିଦ ପରିସରର ଭିଡିଓଗ୍ରାଫି ସର୍ଭେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri