Posted inଜାତୀୟ

ଜ୍ଞାନବାପି ମସ୍‌ଜିଦ ପରିସରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌: ସର୍ଭେ କାର୍ଯ୍ୟ ଆରମ୍ଭ

ପ୍ରୟାଗରାଜ,୪ା୮:ବାରାଣସୀର ଜ୍ଞାନବାପି ମସ୍‌ଜିଦ ପରିସରରେ ବିଜ୍ଞାନସମ୍ମତ ସର୍ଭେ ପାଇଁ ଆଲ୍ଲାହାବାଦ ହାଇକୋର୍ଟ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଅନୁମତି ପ୍ରଦାନ କରିଛନ୍ତି। ଶୁକ୍ରବାରଏହି ସର୍ଭେ ପାଇଁ ଏଏସ୍‌ଆଇ ଟିମ୍‌ ଜ୍ଞାନବାପି କ୍ୟାମ୍ପସରେ ପହଞ୍ଚିଛି। ଟିମ୍‌ର ୫୧ ଜଣ ସଦସ୍ୟ ସର୍ଭେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ସମୟରେ ମୁସଲିମ ପକ୍ଷ ବ୍ୟତୀତ ସମସ୍ତ ସମ୍ପୃକ୍ତ ଦଳ ଉପସ୍ଥିତ ଅଛନ୍ତି। ୩୦୦ ମିଟର ଭିତରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।
ସପ୍ତଦଶ ଶତାବ୍ଦୀର ଜ୍ଞାନବାପି ମସ୍‌ଜିଦ ମନ୍ଦିର ଢାଞ୍ଚା ଉପରେ ନିର୍ମାଣ ହୋଇଛି କି ନାହିଁ ତାହା ନିର୍ଦ୍ଧାରଣ କରିବା ନିମନ୍ତେ ବାରାଣସୀ ଜିଲା କୋର୍ଟ ପୂର୍ବରୁ ରାୟ ଦେଇଥିବାବେଳେ ମୁସଲମାନ ପକ୍ଷ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ମସ୍‌ଜିଦ କମିଟିର ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଜିଲା କୋର୍ଟଙ୍କ ରାୟ ଠିକ୍‌। ଏଥିରେ ହସ୍ତକ୍ଷେପ କରିବା ଆବଶ୍ୟକ ନାହିଁ ବୋଲି ହାଇକୋର୍ଟ କହିଥିଲେ। ସର୍ଭେ ବେଳେ ମସ୍‌ଜିଦ ପରିସର ଖୋଳାଖୋଳି ନ କରିବାକୁ କୋର୍ଟ କହିଥିଲେ। ହାଇକୋର୍ଟ ସର୍ଭେକୁ ଅନୁମତି ପ୍ରଦାନ କରିବାର କିଛି ଘଣ୍ଟା ପରେ ଅଞ୍ଜୁମନ୍‌ ଇନ୍ତେଜାମିଆ ମସ୍‌ଜିଦ କମିଟି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଆଇନଜୀବୀ ନିଜାମ ପାଶା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିକଟରେ ହାଇକୋର୍ଟଙ୍କ ରାୟ ବିରୋଧରେ ଆବେଦନ କରିବା ସହ ଜରୁରୀ ଶୁଣାଣି ପାଇଁ ନିବେଦନ କରିଛନ୍ତି। ଅନ୍ୟ ପକ୍ଷରେ ହିନ୍ଦୁ ପକ୍ଷଙ୍କୁ ଶୁଣାଣି ପାଇଁ ସୁଯୋଗ ନ ଦେଇ କୌଣସି ରାୟ ପ୍ରଦାନ ନ କରିବାକୁ ଏହାର ଏକ ପକ୍ଷ ସୁପ୍ରିମକୋର୍ଟରେ କ୍ୟାଭିଟ୍‌ ଦାଖଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri