Posted inଜାତୀୟ

ଜ୍ଞାନବ୍ୟାପୀ ମସଜିଦରୁ ମିଳିଥିବା ‘ଶିବଲିଙ୍ଗ’ର ବୈଜ୍ଞାନିକ ପରୀକ୍ଷଣ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ବାରାଣସୀର ଜ୍ଞାନବ୍ୟାପୀ ମସଜିଦରୁ ମିଳିଥିବା ଶିବଲିଙ୍ଗକୁ ନେଇ ବୈଜ୍ଞାନିକ ପରୀକ୍ଷଣ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ଏବେ ମୁଖ୍ୟ ମାମଲା ସହ ପରବର୍ତ୍ତି ଶୁଣାଣି ହେବ। ଆଲ୍ଲାହାବାଦ ହାଇକୋର୍ଟଙ୍କ ବୈଜ୍ଞାନିକ ଯାଞ୍ଚ ନିର୍ଦ୍ଦେଶ ପରେ ମସଜିଦ କମିଟି ରୋକ ଲଗାଇବାକୁ ଦାବି କରିଥିଲେ। ଉତ୍ତର ପ୍ରଦେଶ ସରକାର ବି ମାମଲାକୁ ଗମ୍ଭିରତାର ସହ ଦେଖିବାକୁ କହିଥିଲେ।

ଏହି ଶୁଣାଣି ସମୟରେ ମସଜିଦ କମିଟିର ପ୍ରତିନିଧିତ୍ୱ କରୁଥିବା ଓକିଲ ହୁଜାଇଫା ଅହମ୍ମଦ କହିଛନ୍ତି ଯେ ସୋମବାରଠାରୁ ବୈଜ୍ଞାନିକ ପରୀକ୍ଷା ଆରମ୍ଭ ହେବ। ଏପରି ପରିସ୍ଥିତିରେ ଏହାକୁ ବନ୍ଦ କରିବା ଆବଶ୍ୟକ। ଏହି ମାମଲାରେ ନାଗରିକ ମକଦ୍ଦମା ସହ ଜଡିତ ନିୟମ ପାଳନ କରାଯାଉ ନାହିଁ। ଏଥି ସହ ହିନ୍ଦୁ ପକ୍ଷର ଓକିଲ ବିଷ୍ଣୁ ଜୈନ କହିଛନ୍ତି ଯେ ଏହି ସ୍ଥାନର କୌଣସି କ୍ଷତି ହେବ ନାହିଁ ବୋଲି ଏଏସଆଇ ଆମକୁ ଏକ ରିପୋର୍ଟ ଦେଇଛି।

ଏହା ଉପରେ ସିଜଓ୍ବୋଇ ଡିଓ୍ବାଇ ଚନ୍ଦ୍ରଚୁଡ କହିଛନ୍ତି ଯେ ଆମେ ମଧ୍ୟ ଏଏସଆଇରୁ ରିପୋର୍ଟ ନେଇପାରିବା। କେଉଁ ପଦ୍ଧତି ଗ୍ରହଣ କରାଯାଇପାରିବ ତାହା ମଧ୍ୟ ସରକାର ବିଚାର କରନ୍ତୁ। ଆମେ ପରେ ଶୁଣିବା। ସେ କହିଛନ୍ତି ଯେ ସମସ୍ତ ପକ୍ଷ ଏହାକୁ ଗ୍ରହଣ କରିଥିବାରୁ ଆମେ ଏହି ବିଜ୍ଞପ୍ତି ପ୍ରଦାନ କରୁଛୁ। ବର୍ତ୍ତମାନ ହାଇକୋର୍ଟଙ୍କ ଆଦେଶର ସମୀକ୍ଷା କରାଯିବା ଆବଶ୍ୟକ। ଏଭଳି ପରିସ୍ଥିତିରେ ଏହାକୁ କାର୍ଯ୍ୟକାରୀ କରାଯିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri