ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା ଜିମ କେନ୍ଦ୍ର ନିର୍ମାଣ ଶେଷ ପର୍ଯାୟରେ ଥିବାବେଳେ ସୂଚନା ଫଳକ ନାହିଁ। ତେଣୁ କେଉଁ ବିଭାଗ ଦ୍ୱାରା କାର୍ଯ୍ୟ କରାଯାଉଛି ତାହା ଜଣାପଡୁନାହିଁ ଏବଂ ଏହାର ଚୁକ୍ତିନାମା ମୂଲ୍ୟ କେତେ ଓ ଏହା କେଉଁ ଉଦ୍ଦେଶ୍ୟରେ ନିର୍ମାଣ କରାଯାଉଛି ତାହା ମଧ୍ୟ ଜାଣି ହେଉ ନାହିଁ। ଉତ୍କେଲା ବିକାଶ ମଞ୍ଚପକ୍ଷରୁ ବିଡ଼ିଓଙ୍କ ନିକଟରେ ଏନେଇ ଅଭିଯୋଗ କରିଛନ୍ତି। ଏହି କାମ ଜୋରସୋରରେ ଚାଲିଥିବାବେଳେ ତଦାରଖ କରିବା ପାଇଁ ବିଭାଗୀୟ ଯନ୍ତ୍ରୀ ନାଁ ଠିକାସଂସ୍ଥା ଠିକାଦାରଙ୍କ ଦେଖା ନାହିଁ। କେବଳ ଜଣେ ମୁନସୀ ମାଧ୍ୟମରେ କାମ ଚଲାଇଥିବା ଅଭିଯୋଗ ହେଉଛି ଓ ଅତି ନିମ୍ନମାନର କାମ ହେଉଥିବା ବିକାଶ ମଞ୍ଚର ଅଭିଯୋଗ କରିଥିବାର ଜଣାପଡିଛି।
ଏନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି। ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ବିକାଶ ମଞ୍ଚ ପ୍ରତିନିଧି ଦଳ ନିର୍ମାଣସ୍ଥଳକୁ ଯାଇ କାର୍ଯ୍ୟ ଦେଖିଥିଲେ। ସେଠାରେ ଶସ୍ତା ସିମେଣ୍ଟ ଓ ନିମ୍ନମାନର ସାମଗ୍ରୀ କାମ ହେଉଥିବା ଜାଣିବାକୁ ପାଇଥିଲେ। ଅତି ନିମ୍ନମାନର କାମ ହେଉଥିବାରୁ ବିକାଶ ମଞ୍ଚ ପକ୍ଷରୁ ବିଡ଼ିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଜିମ କେନ୍ଦ୍ରକୁ ଯାଇ କାମ ବନ୍ଦ କରିଛନ୍ତି। ବିକାଶ ମଞ୍ଚ ସଭାପତି ଅନିରୁଦ୍ଧ ସାହୁ, ସମ୍ପାଦକ ଟଙ୍କ ନାଏକ, ଗିରିଜା ବେହେରା ଓ ସମସ୍ତ ବିକାଶ ମଞ୍ଚର ପ୍ରତିନିଧି ଉପସ୍ଥିତ ରହିଁଥିଲେ। ଏ ସଂକ୍ରାନ୍ତରେ କେସିଙ୍ଗା ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ ମୁଁ ତଦନ୍ତ କରିବି ଏବଂ ଠିକ କାମ କରିବାକୁ ଜେଇଙ୍କୁ ନିର୍ଦ୍ଦେଶ ଦେବି ବୋଲି ପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri