Posted inରାଜ୍ୟ

ରାଜ୍ୟରେ ହେବ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାରେ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର ନିର୍ମାଣ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜାପାନର କ୍ୱୋଟୋଠାରେ ଶନିବାର ରାଜ୍ୟ କ୍ରୀଡ଼ା ବିଭାଗ ଓ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ (ଏଏମ୍‌/ଏନ୍‌ପିଏସ୍‌) ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ଜାପାନ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ ଅଧିକାରୀଙ୍କ ଏ ନେଇ ଆଲୋଚନା ହୋଇଛି। ଏହି ବିଶ୍ବସ୍ତରୀୟ ସ୍ପୋଟର୍‌ସ ସେଣ୍ଟର ଭବିଷ୍ୟତରେ ଜିମ୍ନାଷ୍ଟିକ କ୍ଷେତ୍ର ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ। ପର୍ଯ୍ୟଟନ ଶିଳ୍ପ, କ୍ରୀଡ଼ା କ୍ଷେତ୍ରର ବିକାଶ ଉପରେ ଜାପାନ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଏଥିସହିତ ଜାପାନ-ଓଡ଼ିଶା ମଧ୍ୟରେ ସାଂସ୍କୃତିକ ଓ ବାଣିଜି୍ୟକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ନେଇ ମଧ୍ୟ ଆଲୋଚନା କରାଯାଇଛି।
ଓଡ଼ିଶା ସରକାର ହକି ଉପରେ ଅଧିକ ଫୋକସ ଦେଉଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ରାଉରକେଲାଠାରେ ବିଶ୍ୱର ସର୍ବବୃହତ୍‌ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ୧୫ ମାସ ମଧ୍ୟରେ ନିର୍ମାଣ କରାଯାଇଛି। ରାଜ୍ୟ ସରକାର ତୃଣମୂଳ ସ୍ତରରୁ କିପରି କ୍ରୀଡ଼ାର ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି। କିଛିଦିନ ତଳେ କ୍ୱେଟୋର ଦୋଶିସା ବିଶ୍ବବିଦ୍ୟାଳୟର ଛାତ୍ରମାନଙ୍କ ଏକ ପ୍ରତିନିଧି ଦଳ କିଟ୍‌ ବିଶ୍ବବିଦ୍ୟାଳୟ ଆସିଥିଲେ। ସେମାନେ ଓଡ଼ିଶା ଆସି ଏଠାରେ ଅନେକ ସମ୍ଭାବନାର ସୁଯୋଗ ଦେଖିବାକୁ ପାଇଥିଲେ। ଓଡ଼ିଶାରେ କ୍ରୀଡ଼ା ଓ ପର୍ଯ୍ୟଟନ କ୍ଷେତ୍ରରେ ଥିବା ସୁଯୋଗର ଫାଇଦା ନେବାକୁ ମୁଖ୍ୟମନ୍ତ୍ରୀ ଷ୍ଟେକ୍‌ହୋଲ୍‌ଡରମାନଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟର କ୍ରୀଡ଼ା ଓ ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବାକୁ ମୁଖ୍ୟମନ୍ତ୍ରୀ ଜାପାନ ପ୍ରତିନିଧିଙ୍କୁ ଆମନ୍ତ୍ରଣ କରିଛନ୍ତି।
ଆଲୋଚନାରେ ହସ୍ପିଟାଲିଟି ଓ କ୍ରୀଡ଼ା କ୍ଷେତ୍ରର ଜାପାନ ଟୁର୍‌ ଅପରେଟର, କ୍ରୀଡ଼ା ସଂଘ ଓ ପ୍ରତିନିଧିମାନେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଥିବା ପର୍ଯ୍ୟଟନ ସ୍ଥଳଗୁଡ଼ିକ ବିଷୟରେ ଉଲ୍ଲେଖ କରିବା ସହ ଧଉଳି, ଲଳିତଗିରି, ରତ୍ନଗିରିର ବୌଦ୍ଧ ଐତିହ୍ୟ ଓ ପରମ୍ପରା ବିଷୟରେ ସୂଚନା ଦେଇଥିଲେ। ରାଜ୍ୟରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କହିଥିଲେ। ରାଜ୍ୟର କ୍ରୀଡ଼ା ଜାପାନ କ୍ରୀଡ଼ା ସଂଘ ଓ ପ୍ରତିନିଧିଙ୍କ ସହଯୋଗରେ ଆହୁରି ବିକାଶ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି।
ଓଡ଼ିଶାରେ କ୍ରୀଡ଼ା ଓ ପର୍ଯ୍ୟଟନ କ୍ଷେତ୍ରରେ ଥିବା ଐତିହ୍ୟ ଓ ପ୍ରାକୃତିକ ସୌନ୍ଦର୍ଯ୍ୟଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ ପୁଞ୍ଜିନିବେଶ ପାଇଁ ଜାପାନ ପ୍ରତିନିଧିମାନେ ଆଗ୍ରହ ପ୍ରକାଶ କରିଛନ୍ତି। ଉଭୟ ଜାପାନ ଏବଂ ଓଡ଼ିଶାର ପ୍ରତିନିଧିମଣ୍ଡଳୀ କ୍ରୀଡ଼ା ଏବଂ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ପରସ୍ପର ମଧ୍ୟରେ ରାଉଣ୍ଡଟେବୁଲ ଆଲୋଚନା କରିଛନ୍ତି। କିଓଟୋରେ ମିଳିଥିବା ଆତିଥ୍ୟକୁ ନେଇ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଏହି ଗସ୍ତ ଜାପାନ ଏବଂ ଓଡ଼ିଶାର ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି କହିଛନ୍ତି। ଶିଳ୍ପ ସଚିବ ହେମନ୍ତ ଶର୍ମା କ୍ରୀଡ଼ା କ୍ଷେତ୍ର ପାଇଁ ରାଜ୍ୟ ନୀତିରେ ଥିବା ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ସେହିପରି କ୍ରୀଡ଼ା ଓ ଯୁବବ୍ୟାପାର ସଚିବ ଆର୍‌. ଭିନିଲ କ୍ରିଷ୍ଣା କ୍ରୀଡ଼ା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri