Posted inଖେଳ

ଟୋକିଓରେ ଦିନିକିଆ ଜିମ୍ନାଷ୍ଟିକ୍‌ ମିଟ୍‌

ଟୋକିଓ: ହଜାର ହଜାର ସଂଖ୍ୟାରେ ଦର୍ଶକଙ୍କ ଉପସ୍ଥିତିରେ ଜାପାନରେ ରବିବାର ଏକ ପ୍ରଦର୍ଶନୀ ଜିମ୍ନାଷ୍ଟିକ୍‌ ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରୁଷିଆ, ଚାଇନା ଓ ଯୁକ୍ତରାଷ୍ଟ୍ର ଆମେରିକାର ୨୨ଜଣ ଆଥଲେଟ୍‌ ଅଂଶଗ୍ରହଣ କରିଥିଲେ। ଆୟୋଜକ ଦେଶରୁ ମଧ୍ୟ ୮ଜଣ ଭାଗ ନେଇଥିଲେ। ଆଗକୁ ଟୋକିଓ ଅଲିମ୍ପିକ୍ସ ଦୃଷ୍ଟିରୁ ନିଶ୍ଚିତ ଏହା ଏକ ଭଲ ଖବର। ପ୍ରତିଯୋଗିତା ପୂର୍ବରୁ ଅଣଜାପାନୀ ପ୍ରତିଯୋଗୀମାନଙ୍କୁ ଟୋକିଓସ୍ଥିତ ସେମାନଙ୍କ ହୋଟେଲରେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ହୋଇଥିଲା। ଟୋକିଓ ଅଲିମ୍ପିକ୍ସ ଆଉ ୯ ମାସରୁ କମ୍‌ ସମୟ ରହିଛି। ଏଥିରେ ୨୦୬ ଟିଦେଶରୁ ୧୧,୦୦୦ ଆଥଲେଟ ଭାଗ ନେବେ। ପୁନଶ୍ଚ ଅତିରିକ୍ତ ୪,୪୦୦ରୁ ଅଧିକ ପାରାଅଲିମ୍ପିଆନ୍‌ ହଜାରରୁ ଅଧିକ ଅଫିସିଆଲ ଜଜ୍‌, ଭିଆଇପି, ମିଡିଆ, ବ୍ରଡକାଷ୍ଟର ଏବଂ ସ୍ପନସର ମଧ୍ୟରେ ଜାପାନରେ ପ୍ରବେଶ କରିବେ। ଇଭେଣ୍ଟରେ ଯୋଗଦେବା ଲାଗି ପ୍ରାୟ ୧୦ ହଜାର ଅଣଜାପାନୀ ଖେଳପ୍ରେମୀଙ୍କୁ ଅନୁମତି ଦିଆଯିବ ଗେମ୍ସକୁ କେବଳ ଜାପାନୀ ଦର୍ଶକଙ୍କ ମଧ୍ୟରେ ସୀମିତ ରଖାଯିବ ବର୍ତ୍ତମାନ ତାହା ଏକ ପ୍ରଶ୍ନ। ଆସନ୍ତା ବର୍ଷ କରୋନା ଭ୍ୟାକ୍ସିନ ଯଦି ଆସେ ଏବଂ ରାପିଡ୍‌ ଟେଷ୍ଟିଂ ଉପଲବ୍ଧ ହୁଏ ତା’ ହେଲେ କିଛି ପରିମାଣରେ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ଟୋକିଓ ଆୟୋଜକ ଏବଂ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ମନେ କରୁଛନ୍ତି। ଜାପାନର ୩ ଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା କୋହେଇ ଉଚିମୁରା କହିଛନ୍ତି, ରବିବାର ପ୍ରଦର୍ଶନୀ ଇଭେଣ୍ଟ ସଫଳତାର ସହ ଆୟୋଜନ ହୋଇ ପାରିଥିବାରୁ ଅଲିମ୍ପିକ୍ସ ଆୟୋଜନରେ ସମସ୍ୟା ରହିବ ନାହିଁ ବୋଲି ସ୍ପଷ୍ଟ ସୂଚନା ମିଳିଛି। ମାତ୍ର ଦୁର୍ଭାଗ୍ୟର ବିଷୟ ଏହିକି ଯେ, କୋଭିଡ୍‌ ଯୋଗୁ ଟୋକିଓ ଅଲିମ୍ପିକ୍ସ ଆୟୋଜନ ହୋଇପାରିବ ନାହିଁ ବୋଲି ୮୦% ଜାପାନୀଙ୍କ ମନରେ ଧାରଣା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri