ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ଗତ ଦେଢବର୍ଷ ଧରି ଅସୁସ୍ଥତା ହେତୁ ସେ ଘରେ ଶଯ୍ୟାଶାୟୀ ଥିଲେ। ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ପରିବାର ସୂତ୍ରରୁ ପ୍ରକାଶ। ତାଙ୍କ ପରଲୋକ ଖବର ପାଇ ପ୍ରଫେସର ଡାକ୍ତର ହର ପଟ୍ଟନାୟକ, ଡା ପିଏଲ ସାଇ, ଡା ସିନ୍ଧୂ ତ୍ରିପାଠୀ,ଡା ରାଜକୁମାର ସନ୍ତୁକାର, ଡା ଶରତ ମହାପାତ୍ର ପ୍ରମୁଖ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ।
ଅନ୍ତିମ ଶଯ୍ୟା ନିକଟରେ ପୁଅ ବଲିଉଡ୍ ଫିଲ୍ମ ଡାଇରେକ୍ଟୋର ଦେବଲଏ ଦେ, ଝିଅ ଶିକ୍ଷୟିତ୍ରୀ ବର୍ଣ୍ଣାଳି ସାହୁ, ଜ୍ବାଇଁ କ୍ରୀଡାବିତ୍ ସୋମନାଥ ସାହୁ, ନାତି ଋତୁରାଜ ସାହୁ, ନାତୁଣୀ ବୋହୂ ସୀମା ମଲ୍ଲିକ, ନାତି ଶର୍ମନ ଦେ ପ୍ରମୁଖ ଉପସ୍ଥିତ ଥିଲେ।


ସୂଚନାଯୋଗ୍ୟ,୧୯୩୨ ଡିସେମ୍ବର ୧୨ରେ ଡାକ୍ତର ଦେଙ୍କ କଲିକତାରେ ଜନ୍ମ। କଲିକତା ଆର ଜି କର ମେଡିକାଲ କଲେଜରୁ ମେଡିକାଲ ଶିକ୍ଷା ପରେ ସେ ଅଷ୍ଟ୍ରିଆ ର ରାଜଧାନୀ ଭିଏନାରେ ପଢ଼ିବା ପରେ ଭାରତ ଫେରିଥିଲେ। ବୁର୍ଲା, ବ୍ରହ୍ମପୁର ମେଡ଼ିକାଲ କଲେଜରେ ଦାୟିତ୍ଵ ତୁଲାଇଥିଲେ। କଟକ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରୁ ୧୯୯୦ରେ ବିଭାଗୀୟ ମୁଖ୍ୟ ଭାବେ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri