Posted inଜାତୀୟ

ଦେଶରେ ଏଚ-୩ ଏନ-୨ ଭୂତାଣୁ ଆତଙ୍କ ଘନେଇଲା: ସତର୍କ ସୂଚନା ଜାରି କଲା ଆଇସିଏମଆର…

ନୂଆଦିଲ୍ଲୀ,୪।୩ : ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ।

ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।

ସଂକ୍ରମଣରେ ଭୂତାଣୁ ଅଛି କି ନାହିଁ ତାହା ନିଶ୍ଚିତ କରିବା ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ନ ଦେବାକୁ ଆଇଏମଏ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri