Posted inଜାତୀୟ

ଏଚ-୩ ଏନ-୨ ଭୂତାଣୁ ଆତଙ୍କ ଘନେଇଲା: ମାର୍ଗଦର୍ଶିକା ଜାରି କଲେ ସରକାର…

ନୂଆଦିଲ୍ଲୀ,୧୧।୩ : ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ।

ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ସଂକ୍ରମଣରେ ଭୂତାଣୁ ଅଛି କି ନାହିଁ ତାହା ନିଶ୍ଚିତ କରିବା ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ନ ଦେବାକୁ ଆଇଏମଏ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri