Posted inଜାତୀୟ

ଏଚ-୩ ଏନ-୨ ଭୂତାଣୁ ଆତଙ୍କ ଘନେଇଲା: ମାର୍ଗଦର୍ଶିକା ଜାରି କଲେ ସରକାର…

ନୂଆଦିଲ୍ଲୀ,୧୧।୩ : ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ।

ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ସଂକ୍ରମଣରେ ଭୂତାଣୁ ଅଛି କି ନାହିଁ ତାହା ନିଶ୍ଚିତ କରିବା ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ନ ଦେବାକୁ ଆଇଏମଏ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri