Posted inଜାତୀୟ

ଏଚ୍‌୩ଏନ୍‌୨ ଭାଇରସ୍‌ ବଢ଼ାଇଲା ଚିନ୍ତା: ଚାରିଧାମ ଯାତ୍ରା ପୂର୍ବରୁ ଜାରି ହେଲା ଗାଇଡ୍‌ଲାଇନ୍‌

ଡେରାଡୁନ୍‌,୧୩।୩: କରୋନା ପରେ ଏବେ ‘ଇନ୍‌ଫ୍ଲୁଏଞ୍ଜା-ଏ’ର ସବ୍‌ଭାରିଆଣ୍ଟ ଏଚ୍‌୩ଏନ୍‌୨ ସାରା ଦେଶରେ ଚିନ୍ତା ବଢ଼ାଇଛି। ଚାରିଧାମ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଏହାକୁ ନେଇ ଉତ୍ତରାଖଣ୍ଡ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିବା ସହ ସତର୍କତା ଅବଲମ୍ବନ କରିଛନ୍ତି। ଇତିମଧ୍ୟରେ ପର୍ଯ୍ୟଟନ ମନ୍ତ୍ରୀ ସତ୍ୟପାଲ ମହାରାଜ ଏନେଇ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, ଏଚ୍‌୩ଏନ୍‌୨ ଭାଇରସ୍‌ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହାକୁ ରୋକିବା ପାଇଁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଯାତ୍ରା ସମୟରେ ପ୍ରତ୍ୟେକ ବ୍ୟକ୍ତି ମାସ୍କ ଲଗାଇବା ସହ ସାନିଟାଇଜର ବ୍ୟବହାର କରିବେ। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସମସ୍ତ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟତାମୂଳକ ବୋଲି ଉକ୍ତ ବିବୃତ୍ତିରେ କୁହାଯାଇଛି। ଏଥିସହ ରାଜ୍ୟର ସମସ୍ତ ଜନସାଧାରଣଙ୍କ ସମେତ ଉତ୍ତରାଖଣ୍ଡ ଆସୁଥିବା ସମସ୍ତ ପର୍ଯ୍ୟଟକଙ୍କୁ ମଧ୍ୟ ସତ୍ୟପାଲ ମହାରାଜ ଅନୁରୋଧ କରିଛନ୍ତି କି, ପ୍ରତ୍ୟେକ ବ୍ୟକ୍ତି ମାସ୍କ ଲଗାଇବା ସହ ଗାଇଡ୍‌ଲାଇନ୍‌କୁ ପାଳନ କରନ୍ତୁ। ବର୍ତ୍ତମାନ ପର୍ଯ୍ୟନ୍ତ କେଦାରନାଥ ଏବଂ ବଦ୍ରିନାଥ ଯାତ୍ରା ପାଇଁ ୨୬୭୪୩୪ ଯାତ୍ରୀ ନିଜର ନାମ ପଞ୍ଜିକରଣ କରାଇସାରିଛନ୍ତି। ଚଳିତ ବର୍ଷ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରାରେ ସାମିଲ ହେବା ନେଇ ଆଶା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ସମସ୍ତ ପ୍ରକାରର ପଦକ୍ଷେପ ଆପଣାଉଛନ୍ତି। ସୂଚନାଯୋଗ୍ୟ, ଚାରିଧାମ ଯାତ୍ରା ଏପ୍ରିଲ ୨୨ରୁ ଆରମ୍ଭ ହେଉଛି। କେଦାରନାଥ ଧାମ କବାଟ ଏପ୍ରିଲ ୨୫ରେ ଖୋଲିବାକୁ ଥିବା ବେଳେ ବଦ୍ରିନାଥ କବାଟ ଏପ୍ରିଲ ୨୭ରେ ଖୋଲିବ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?