Posted inଜାତୀୟ

ଏଚ୍‌୩ଏନ୍‌୨ ଭାଇରସ୍‌ ବଢ଼ାଇଲା ଚିନ୍ତା: ଚାରିଧାମ ଯାତ୍ରା ପୂର୍ବରୁ ଜାରି ହେଲା ଗାଇଡ୍‌ଲାଇନ୍‌

ଡେରାଡୁନ୍‌,୧୩।୩: କରୋନା ପରେ ଏବେ ‘ଇନ୍‌ଫ୍ଲୁଏଞ୍ଜା-ଏ’ର ସବ୍‌ଭାରିଆଣ୍ଟ ଏଚ୍‌୩ଏନ୍‌୨ ସାରା ଦେଶରେ ଚିନ୍ତା ବଢ଼ାଇଛି। ଚାରିଧାମ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଏହାକୁ ନେଇ ଉତ୍ତରାଖଣ୍ଡ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିବା ସହ ସତର୍କତା ଅବଲମ୍ବନ କରିଛନ୍ତି। ଇତିମଧ୍ୟରେ ପର୍ଯ୍ୟଟନ ମନ୍ତ୍ରୀ ସତ୍ୟପାଲ ମହାରାଜ ଏନେଇ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, ଏଚ୍‌୩ଏନ୍‌୨ ଭାଇରସ୍‌ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହାକୁ ରୋକିବା ପାଇଁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଯାତ୍ରା ସମୟରେ ପ୍ରତ୍ୟେକ ବ୍ୟକ୍ତି ମାସ୍କ ଲଗାଇବା ସହ ସାନିଟାଇଜର ବ୍ୟବହାର କରିବେ। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସମସ୍ତ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟତାମୂଳକ ବୋଲି ଉକ୍ତ ବିବୃତ୍ତିରେ କୁହାଯାଇଛି। ଏଥିସହ ରାଜ୍ୟର ସମସ୍ତ ଜନସାଧାରଣଙ୍କ ସମେତ ଉତ୍ତରାଖଣ୍ଡ ଆସୁଥିବା ସମସ୍ତ ପର୍ଯ୍ୟଟକଙ୍କୁ ମଧ୍ୟ ସତ୍ୟପାଲ ମହାରାଜ ଅନୁରୋଧ କରିଛନ୍ତି କି, ପ୍ରତ୍ୟେକ ବ୍ୟକ୍ତି ମାସ୍କ ଲଗାଇବା ସହ ଗାଇଡ୍‌ଲାଇନ୍‌କୁ ପାଳନ କରନ୍ତୁ। ବର୍ତ୍ତମାନ ପର୍ଯ୍ୟନ୍ତ କେଦାରନାଥ ଏବଂ ବଦ୍ରିନାଥ ଯାତ୍ରା ପାଇଁ ୨୬୭୪୩୪ ଯାତ୍ରୀ ନିଜର ନାମ ପଞ୍ଜିକରଣ କରାଇସାରିଛନ୍ତି। ଚଳିତ ବର୍ଷ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରାରେ ସାମିଲ ହେବା ନେଇ ଆଶା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ସମସ୍ତ ପ୍ରକାରର ପଦକ୍ଷେପ ଆପଣାଉଛନ୍ତି। ସୂଚନାଯୋଗ୍ୟ, ଚାରିଧାମ ଯାତ୍ରା ଏପ୍ରିଲ ୨୨ରୁ ଆରମ୍ଭ ହେଉଛି। କେଦାରନାଥ ଧାମ କବାଟ ଏପ୍ରିଲ ୨୫ରେ ଖୋଲିବାକୁ ଥିବା ବେଳେ ବଦ୍ରିନାଥ କବାଟ ଏପ୍ରିଲ ୨୭ରେ ଖୋଲିବ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri