ହା ଅନ୍ନ: ଗିଲଗିଟ୍‌-ବଲ୍ଟିସ୍ତାନରେ ଭୋକ ମୃତ୍ୟୁ ଆଶଙ୍କା…

ଇସଲାମାବାଦ,୧୭।୧ : ପାକିସ୍ତାନ ଅଧିକୃତ କାଶ୍ମୀର ଏବଂ ଗିଲଗିଟ-ବଲ୍ଟିସ୍ତାନରେ ଖାଦ୍ୟ ଅଭାବ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି ହେତୁ ସପ୍ତାହେ ଧରି ସରକାରଙ୍କ ବିରୋଧରେ ଲୋକେ ପ୍ରଦର୍ଶନ କରୁଛନ୍ତି। ବିଭିନ୍ନ ବର୍ଗର ଲୋକମାନେ ରାଜପଥ ଅବରୋଧ କରି ଟାୟାର ଜାଳି ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ ଜାରି ରଖିଛନ୍ତି। ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ହା ଅନ୍ନ ସ୍ଥିତି ଭୋକ ମୃତ୍ୟୁ ଆଶଙ୍କାକୁ ବଢ଼ାଇ ଦେଇଛି।

ଅଟା ମୂଲ୍ୟରେ ଅତ୍ୟଧିକ ବୃଦ୍ଧି ଯୋଗୁ ପାକିସ୍ତାନ ଏକ ଅଦୃଶ୍ୟ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ନାଗରିକମାନଙ୍କୁ ସବସିଡିଯୁକ୍ତ ଗହମ ଯୋଗାଉଥିବା ସରକାରୀ ଡିପୋରେ ଏବେ ତାଲା ପକାଇ ଦିଆଯାଇଛି। ପାକିସ୍ତାନ ଅଧିକୃତ କଶ୍ମୀରର ଗିଲ୍ଗିଟ-ବଲ୍ଟିସ୍ତାନ ଅଞ୍ଚଳର ସ୍ଥାନୀୟ ଲୋକ କହିଛନ୍ତି ଯେ ସରକାରଙ୍କ ନୀତି ବିଫଳତା ଯୋଗୁ ସେମାନେ ରୋଜଗାର କରିବାରେ ଅସମର୍ଥ। ସରକାରଙ୍କ ଅଦୂରଦର୍ଶୀ କାର୍ଯ୍ୟକଳାପ ଯୋଗୁ ଗହମ ମୂଲ୍ୟରେ ଅହେତୁକ ବୃଦ୍ଧି ଘଟିଛି। ଗହମର ମୂଲ୍ୟ ଗୋଟିଏ ଦିନରେ ସରକାର ୧୨୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।

ସ୍ଥାନୀୟ ଲୋକ ସରକାରଙ୍କୁ ଚେତାବନୀ ଦେଇଛନ୍ତି ଯେ ଯଦି ସେମାନଙ୍କର ସମସ୍ୟାର ତୁରନ୍ତ ସମାଧାନ ନହୁଏ ତେବେ ସେମାନେ ପ୍ରଶାସନକୁ କାର୍ଯ୍ୟ କରିବାକୁ ଦେବେ ନାହିଁ। ଗୋଟିଏ ଦିନରେ ୨୨ ଘଣ୍ଟା ବିଦ୍ୟୁତ କାଟ ବିରୋଧରେ ଲୋକେ ସରକାରଙ୍କ ବିରୋଧରେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri